କଥାଶିଳ୍ପୀ ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ବିଶିଷ୍ଟ କଥାଶିଳ୍ପୀ ଯଶୋଧାରା ମିଶ୍ରଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ୨୦୨୦ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ଯାଉଛନ୍ତି ଓଡ଼ିଆ ସାହିତ୍ୟର ଜଣାଶୁଣା ସାହିତ୍ୟିକା ଯଶୋଧାରା ମିଶ୍ର । ତାଙ୍କର ଗଳ୍ପ ସଂକଳନ ସମୁଦ୍ର କୂଳ ଘର ପାଇଁ ସେ ଏହି ପୁରସ୍କାର ପାଇଛନ୍ତି । ଯଶୋଧାରାଙ୍କୁ ପୁରସ୍କାର ସ୍ୱରୂପ ତାମ୍ର ଫଳକ ସହ ଏକ ଲକ୍ଷ ଟଙ୍କା ଦିଆଯିବ । ସୂଚନା ମୁତାବକ ଯଶୋଧାରାଙ୍କ ପୁସ୍ତକ […]

ଭୁବନେଶ୍ବର : ବିଶିଷ୍ଟ କଥାଶିଳ୍ପୀ ଯଶୋଧାରା ମିଶ୍ରଙ୍କୁ ମିଳିବ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର । ୨୦୨୦ ମସିହା ପାଇଁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ଯାଉଛନ୍ତି ଓଡ଼ିଆ ସାହିତ୍ୟର ଜଣାଶୁଣା ସାହିତ୍ୟିକା ଯଶୋଧାରା ମିଶ୍ର । ତାଙ୍କର ଗଳ୍ପ ସଂକଳନ ସମୁଦ୍ର କୂଳ ଘର ପାଇଁ ସେ ଏହି ପୁରସ୍କାର ପାଇଛନ୍ତି । ଯଶୋଧାରାଙ୍କୁ ପୁରସ୍କାର ସ୍ୱରୂପ ତାମ୍ର ଫଳକ ସହ ଏକ ଲକ୍ଷ ଟଙ୍କା ଦିଆଯିବ । ସୂଚନା ମୁତାବକ ଯଶୋଧାରାଙ୍କ ପୁସ୍ତକ ‘ସମୁଦ୍ରକୂଳ ଘର’ ଜୁରୀ ମେମ୍ବରଙ୍କ ଦ୍ୱାରା ଉଚ୍ଚ ପ୍ରଶଂସିତ ହୋଇଥିଲା ଓ ସର୍ବାଧିକ ସମର୍ଥନ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମିର ସଭାପତି ଡ. ଚନ୍ଦ୍ରଶେଖର କମ୍ବର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଦେବାକୁ ସମ୍ମତି ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଦଶହରା ଉପଲକ୍ଷେ ଅକ୍ଟୋବର ୧୯ରୁ ୨୬ ଯାଏଁ ବନ୍ଦ ରହିବ ଓଡ଼ିଶା ହାଇକୋର୍ଟ

ଆହୁରି ପଢ଼ନ୍ତୁ: ପୁଣି କୋଟିଆରେ ଆନ୍ଧ୍ରର ଦାଦାଗିରି; ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କଲା ଆନ୍ଧ୍ର, ନିଦା ବିଷ୍ଣୁ ସାଜିଛନ୍ତି ଓଡିଶା ସରକାର

ସମୁଦ୍ର କୂଳ ଘର ଗଳ୍ପ ସଂକଳନ ପାଇଁ ତାଙ୍କୁ ଏହି ପୁରସ୍କାର ମିଳିବାକୁ ଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କ ଏହି ସଫଳତା ପାଇଁ ରାଜ୍ୟ ଗର୍ବିତ ବୋଲି ଟ୍ବିଟରେ ଲେଖିଛନ୍ତି । ତାଙ୍କର ସୃଜନ ସୃଷ୍ଟିଗୁଡିକ ଓଡ଼ିଆ ସାହିତ୍ୟକୁ ଆହୁରି ସମୃଦ୍ଧ କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସାହିତ୍ୟ ଏକାଡେମୀ ପୁରସ୍କାର ଚୟନ କମିଟିରେ କବି ରମାକାନ୍ତ ରଥ, ବୀଣାପାଣି ମହାନ୍ତି ଏବଂ ପ୍ରତିଭା ଶତପଥୀ ରହିଥିବା ସୂଚନା ରହିଛି । ତେବେ ଏହି ସଂକଳନକୁ ୨୦୧୬ ମସିହାରେ ଇଙ୍କ ଓଡ଼ିଶା ପ୍ରକାଶନ ସଂସ୍ଥା ପ୍ରକାଶ କରିଥିଲା।

ଆହୁରି ପଢ଼ନ୍ତୁ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: ଲୋକସେବା ଭବନରେ ପ୍ରସ୍ତୁତି ବୈଠକ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର