ଓଡ଼ିଶା ଦିବସରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର: ଓଡ଼ିଶା ଦିବସ ଅବସରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରି ନବୀନ କହିଛନ୍ତି ଯେ ଓଡ଼ିଶା ଦିବସ କେବଳ ଏକ ଉତ୍ସବ ନୁହେଁ; ଏହା ହେଉଛି ଆବେଗ। ଏହା ପ୍ରତିଟି ଓଡ଼ିଆଙ୍କ ସ୍ୱାଭିମାନ ଓ ପ୍ରଗତିର ପରିଚୟ। ଭାଷା ଭିତ୍ତିରେ ଦେଶର ପ୍ରଥମ ରାଜ୍ୟ ଭାବେ ଆଜିର ଦିନରେ ଓଡ଼ିଶା ସ୍ୱତନ୍ତ୍ର ରାଜ୍ୟର ମାନ୍ୟତା ପାଇଥିଲା। ଏହି ଅବସରରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ବରେଣ୍ୟ ସାଧକମାନଙ୍କ ପ୍ରତି ନବୀନ ସମ୍ମାନ ଜଣାଇଛନ୍ତି। ଏହାସହ ମାତୃଭାଷାର ଗୌରବକୁ ବଜାୟ ରଖି, ସଭିଙ୍କୁ ସାଥିରେ ନେଇ ବିକାଶର ସବୁ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନବୀନ ରାଜ୍ୟବାସୀଙ୍କୁ ଆହ୍ୱାନ ଜଣାଇଛନ୍ତି।

About The Author: Madhusudan Das