ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି। ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି।

ଆହୁରି ପଢ଼ନ୍ତୁ: ପ୍ରକାଶ ପାଇଲା ଯୁକ୍ତ ଦୁଇ ପ୍ରଥମ ପର୍ଯ୍ୟାୟ ନାମଲେଖା ମେରିଟ୍‌ ଲିଷ୍ଟ, ଶୀର୍ଷରେ ରେଭେନ୍ସା

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଆହୁରି ପଢ଼ନ୍ତୁ: ୨୮ ବର୍ଷ ପରେ ପୋଲିସ ହାତରେ ଧରାପଡ଼ିଲା ହତ୍ୟା ଅଭିଯୁକ୍ତ, ୧୯୯୮ରୁ ଥିଲା ଫେରାର

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ।

ଆହୁରି ପଢ଼ନ୍ତୁ: ମାଛ ଧରିବାକୁ ଯାଇ ସମୁଦ୍ରରେ ୧୬ ମତ୍ସ୍ୟଜୀବୀ ନିଖୋଜ ଘଟଣା: ପଶ୍ଚିମବଙ୍ଗ କାକଦ୍ୱୀପର ୨ କି.ମି ଦୂରରେ ସୁରକ୍ଷିତ ଥିବା ସୂଚନା

ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।

03 Mar 2024 By The Sakala

ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ: ୫୦୦ ଟଙ୍କା ପରିବର୍ତ୍ତେ ପାଇବେ ୧୦୦୦

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ବୃଦ୍ଧି ସଂପର୍କରେ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ‘ଓଡିଶା କୋଠାବାଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ’ ଅଧୀନରେ ପଞ୍ଜୀକୃତ ହୋଇଥିବା ନିର୍ମାଣ ଶ୍ରମିକ ମାନଙ୍କ ପେନ୍‌ସନ ରାଶିରେ ବୃଦ୍ଧି କରାଯାଇଛି। ଏମାନେ ସମସ୍ତେ ନିର୍ମାଣ ଶ୍ରମିକ ପେନ୍‌ସନ ଯୋଜନାରେ ଉପକୃତ ହେଉଛନ୍ତି।

ସୂଚନାଯୋଗ୍ୟ ଯେ 5-T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଅଞ୍ଚଳରେ ନିର୍ମାଣ ଶ୍ରମିକ ଓ ସେମାନଙ୍କ ପ୍ରତିନିଧିମାନେ ଏଥିପାଇଁ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏ ବିଷୟରେ ଅବଗତ ହେବା ପରେ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।

ଏହି ନୂତନ ନିଷ୍ପତ୍ତି ଅନୁଯାୟୀ ୬୦ ବର୍ଷ ଅତିକ୍ରମ କରିଥିବା ନିର୍ମାଣ ଶ୍ରମିକ ମାନେ ଏଣିକି ୫୦୦ ଟଙ୍କା ପରିବର୍ତ୍ତେ ୧୦୦୦ ଟଙ୍କା ମାସିକ ପେନ୍‌ସନ ପାଇବେ। ସେହିପରି ୮୦ ବର୍ଷ ବୟସରୁ ଉର୍ଦ୍ଧ୍ବ ନିର୍ମାଣ ଶ୍ରମିକ ମାନେ ୭୦୦ ଟଙ୍କା ପରିବର୍ତ୍ତେ ୧୨୦୦ ଟଙ୍କା ପାଇବେ।

ଏହି ନୂତନ ପେନ୍‌ସନ ୨୦୨୪ ଫେବୃଆରୀ ମାସରୁ ପିଚ୍ଛିଲା ଭାବେ ଲାଗୁ ହେବ। ଏ ବାବଦରେ ଆବଶ୍ୟକୀୟ ଖର୍ଚ୍ଚ ଓଡିଶା କୋଠାବଡି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ବହନ କରିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର