ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହକୁ ଭେଟିଲେ ନବୀନ, ଡାକ୍ତରଙ୍କୁ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ…

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହ ଗୁରୁତର ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ଆପୋଲୋ ହସ୍ପିଟାଲରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଞ୍ଚି ଡାକ୍ତରଙ୍କୁ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଉପସ୍ଥିତ ଥିଲେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ […]

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲ୍ଲା ଭଟଲି ବିଧାନସଭା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂହ ଗୁରୁତର ହୋଇପଡ଼ିଛନ୍ତି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ଭୁବନେଶ୍ବରସ୍ଥିତ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆଜି ଆପୋଲୋ ହସ୍ପିଟାଲରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପହଞ୍ଚି ଡାକ୍ତରଙ୍କୁ ସୁଶାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସଂପର୍କରେ ବୁଝିବା ସହ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଉପସ୍ଥିତ ଥିଲେ ଭୁବନେଶ୍ବର ମେୟର ସୁଲୋଚନା ଦାସ, ବରିଷ୍ଠ ବିଜେଡ଼ି ନେତା ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଜେନା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ ରାଉତ,ସ୍ନେହଙ୍ଗିନୀ ଛୁରିଆ ଓ ଅନଙ୍ଗ ଉଦୟ ସିଂହଦେହ।

About The Author: The Sakala