ଗାନ୍ଧି ଜୟନ୍ତୀରୁ ମାସେ ଯାଏଁ ବିଜେଡିର ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ, ସାମିଲ ହେବାକୁ ଦଳର କର୍ମୀ ଓ ନେତାଙ୍କୁ ନବୀନଙ୍କ ଆହ୍ବାନ

The Sakala Picture
Published On

ଭୁବନେଶ୍ବର : ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଏକମାସ ଧରି ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହାମାରୀ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଏଭଳି ନିଷ୍ପତ୍ତି ନେଇଛି । ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବା ନେଇ ନିଷ୍ପତ୍ତି ନେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ […]

ଭୁବନେଶ୍ବର : ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଏକମାସ ଧରି ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହାମାରୀ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଏଭଳି ନିଷ୍ପତ୍ତି ନେଇଛି । ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବା ନେଇ ନିଷ୍ପତ୍ତି ନେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଦଳର ସମସ୍ତ ବିଧାୟକ,ସାଂସଦ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି, ବ୍ଲକ ସଭାପତିମାନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭାରତର ଏହି ରାଜ୍ୟରେ ୧୬ ବର୍ଷରୁ କମ୍ ପିଲାଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ୍...

ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି କୋଭିଡ୍ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଚଳିତଥର ଅକ୍ଟୋବର ୨ରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଜନ ସଚେତନତା ଅଭିଯାନ କରିବ ନାହିଁ। ତା’ ପରିବର୍ତ୍ତେ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବ। ଗତ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସାଢ଼େ ୪କୋଟି ଓଡ଼ିଶାବାସୀଙ୍କ ସେବାରେ ନିୟୋଜିତ ରହି ପରିବାର ସଦସ୍ୟଙ୍କ ଭଳି ସେମାନଙ୍କ ସୁଖଦୁଃଖରେ ସାଥୀ ହୋଇଛେ । କୋଭିଡ୍ ମହାମାରୀର ଭୟାବହତା ସମୟରେ ଅସୀମ ଦୃଢ଼ତା ପ୍ରଦର୍ଶନ କରି ପ୍ରତ୍ୟେକ ଘରର ସଦସ୍ୟମାନଙ୍କ ନିକଟରେ ଠିଆ ହୋଇ ଯେଭଳି ଧୈର୍ଯ୍ୟ ଓ ତ୍ୟାଗର ନିଦର୍ଶନ ଦେଖାଇଛନ୍ତି ସେଥିପାଇଁ କୃତଜ୍ଞତା ଜଣାଉଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଏବେ ସେହି ସାମାଜିକ ପ୍ରତିବଦ୍ଧତାକୁ ଆଉ ପାଦେ ଆଗକୁ ନେଇ ଶ୍ରମଦାନ କରି ବିଦ୍ୟାଳୟ ତଥା ଅନ୍ୟାନ୍ୟା ଶିକ୍ଷାନୁଷ୍ଠାନ ପରିସର, ଶିକ୍ଷାନୁଷ୍ଠାନର ରାସ୍ତାଘାଟ ତଥା ସାଧାରଣ ସୁବିଧା କେନ୍ଦ୍ର ପ୍ରଭୃତି ପ୍ରଭୃତି ସ୍ଥାନକୁ ପରିଷ୍କାର, ପରିଚ୍ଛନ୍ନ ରଖିବା ସହିତ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ଅଂଶଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ତେଣୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀ ଓ ୧୧ତାରିଖ ଲୋକନାୟକ ଜୟପ୍ରକାଶଙ୍କ ଜୟନ୍ତୀକୁ ନିରାଡ଼ମ୍ବର ଭାବେ ପାଳନ କରି ସହ ଗାନ୍ଧି ଜୟନ୍ତୀରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ବିଜେଡି କର୍ମୀମାନେ, ଦଳର ବିଭିନ୍ନ ପ୍ରମୁଖ ସଂଗଠନର କର୍ମକର୍ତ୍ତାଙ୍କ ସହଯୋଗରେ କୋଭିଡ୍ ନିୟମ ପାଳନ କରି ଏହି ଗୁରୁତ୍ୱପୂର୍ଣ୍ଣ ସମାଜସେବା କାର୍ଯ୍ୟକ୍ରମକୁ ହାତକୁ ନେବା ନବୀନ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

25 Sep 2021 By The Sakala

ଗାନ୍ଧି ଜୟନ୍ତୀରୁ ମାସେ ଯାଏଁ ବିଜେଡିର ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ, ସାମିଲ ହେବାକୁ ଦଳର କର୍ମୀ ଓ ନେତାଙ୍କୁ ନବୀନଙ୍କ ଆହ୍ବାନ

ଭୁବନେଶ୍ବର : ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଏକମାସ ଧରି ବିଜେଡି ପକ୍ଷରୁ ରାଜ୍ୟବ୍ୟାପୀ ‘ଶ୍ରମଦାନ’ ଓ ‘ରକ୍ତଦାନ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ମହାମାରୀ କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଏଭଳି ନିଷ୍ପତ୍ତି ନେଇଛି । ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବା ନେଇ ନିଷ୍ପତ୍ତି ନେଇଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏହି କାର୍ଯ୍ୟକ୍ରମ ରାଜ୍ୟବ୍ୟାପୀ ଅନୁଷ୍ଠିତ ହେବ। ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଦଳର ସମସ୍ତ ବିଧାୟକ,ସାଂସଦ, ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି, ବ୍ଲକ ସଭାପତିମାନଙ୍କୁ ଚିଠି ଲେଖି ଅନୁରୋଧ କରିଛନ୍ତି।

ଚିଠିରେ ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି କୋଭିଡ୍ ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ଦଳ ଚଳିତଥର ଅକ୍ଟୋବର ୨ରୁ ନଭେମ୍ବର ୨ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଥିବା ଜନ ସଚେତନତା ଅଭିଯାନ କରିବ ନାହିଁ। ତା’ ପରିବର୍ତ୍ତେ ବିଭିନ୍ନ ସମାଜସେବା କାର୍ଯ୍ୟକ୍ରମ ଜାରି ରଖିବ। ଗତ ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ସାଢ଼େ ୪କୋଟି ଓଡ଼ିଶାବାସୀଙ୍କ ସେବାରେ ନିୟୋଜିତ ରହି ପରିବାର ସଦସ୍ୟଙ୍କ ଭଳି ସେମାନଙ୍କ ସୁଖଦୁଃଖରେ ସାଥୀ ହୋଇଛେ । କୋଭିଡ୍ ମହାମାରୀର ଭୟାବହତା ସମୟରେ ଅସୀମ ଦୃଢ଼ତା ପ୍ରଦର୍ଶନ କରି ପ୍ରତ୍ୟେକ ଘରର ସଦସ୍ୟମାନଙ୍କ ନିକଟରେ ଠିଆ ହୋଇ ଯେଭଳି ଧୈର୍ଯ୍ୟ ଓ ତ୍ୟାଗର ନିଦର୍ଶନ ଦେଖାଇଛନ୍ତି ସେଥିପାଇଁ କୃତଜ୍ଞତା ଜଣାଉଛି।

ଏବେ ସେହି ସାମାଜିକ ପ୍ରତିବଦ୍ଧତାକୁ ଆଉ ପାଦେ ଆଗକୁ ନେଇ ଶ୍ରମଦାନ କରି ବିଦ୍ୟାଳୟ ତଥା ଅନ୍ୟାନ୍ୟା ଶିକ୍ଷାନୁଷ୍ଠାନ ପରିସର, ଶିକ୍ଷାନୁଷ୍ଠାନର ରାସ୍ତାଘାଟ ତଥା ସାଧାରଣ ସୁବିଧା କେନ୍ଦ୍ର ପ୍ରଭୃତି ପ୍ରଭୃତି ସ୍ଥାନକୁ ପରିଷ୍କାର, ପରିଚ୍ଛନ୍ନ ରଖିବା ସହିତ ରକ୍ତଦାନ ଭଳି ମହତ୍ କାର୍ଯ୍ୟରେ ଅଂଶଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି । ତେଣୁ ଆସନ୍ତା ଅକ୍ଟୋବର ୨ତାରିଖ ଗାନ୍ଧୀ ଜୟନ୍ତୀ ଓ ୧୧ତାରିଖ ଲୋକନାୟକ ଜୟପ୍ରକାଶଙ୍କ ଜୟନ୍ତୀକୁ ନିରାଡ଼ମ୍ବର ଭାବେ ପାଳନ କରି ସହ ଗାନ୍ଧି ଜୟନ୍ତୀରୁ ପ୍ରତ୍ୟେକ ନିର୍ବାଚନମଣ୍ଡଳୀରେ ବିଜେଡି କର୍ମୀମାନେ, ଦଳର ବିଭିନ୍ନ ପ୍ରମୁଖ ସଂଗଠନର କର୍ମକର୍ତ୍ତାଙ୍କ ସହଯୋଗରେ କୋଭିଡ୍ ନିୟମ ପାଳନ କରି ଏହି ଗୁରୁତ୍ୱପୂର୍ଣ୍ଣ ସମାଜସେବା କାର୍ଯ୍ୟକ୍ରମକୁ ହାତକୁ ନେବା ନବୀନ ନିର୍ଦ୍ଦେଶ ଦେଇଛନ୍ତି।

https://www.thesakala.in/latest-odisha-news/naveen-patnaik-appeals-to-party-workers-and-leaders-to-participate-in-social-work-programme/article-5641
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର