ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ'ଣ ଆନ୍ତରିକତା ?: ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ । ମହାନଦୀକୁ ବଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ କି ପ୍ରତିବଦ୍ଧତା ନାହିଁ । ଏହାକୁ ବିଜେପି ସରକାର ଆଦୌ ଗମ୍ଭୀରତାର ସହ ନେଉ ନାହାନ୍ତି । ଖାଲି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଏପରି କହି ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । 

ଆହୁରି ପଢ଼ନ୍ତୁ: କଲେଜ ଆଗରେ ଭୁଜାଲି ଦେଖାଇ ଯୁବତୀଙ୍କୁ ଧମକାଇଲା ଯୁବକ, ଥାନାରେ ଅଟକ

ଟ୍ରିବ୍ୟୁନାଲରେ ମହାନଦୀ ବିବାଦ ନେଇ ଆଜି ହୋଇଥିବା ଶୁଣାଣିକୁ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ଜେନେରାଲ୍ ଆସିଲେ ନାହିଁ। ମହାନଦୀର ସୁରକ୍ଷାଠାରୁ ଏମିତି କ'ଣ ଗୁରୁତ୍ୱପୂର୍ଣ୍ଣ କାମ ରହିଲା, ଯେଉଁଥିପାଇଁ ଟ୍ରିବ୍ୟୁନାଲର ଶୁଣାଣିରେ ଓଡ଼ିଶାର ପକ୍ଷ ରଖିବାକୁ ସେ ଉପସ୍ଥିତ ରହିଲେ ନାହିଁ? ଟ୍ରିବ୍ୟୁନାଲର ଶୁଣାଣିକୁ ନେଇ ଅନେକ ଆଶା ବାନ୍ଧି ବସିଥିବା ଓଡ଼ିଶାବାସୀଙ୍କୁ ମିଳିଲା କ'ଣ? ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି, ମହାନଦୀକୁ ବଞ୍ଚାଇବା ପାଇଁ ଓଡ଼ିଶା ବିଜେପି ସରକାରଙ୍କ କୌଣସି ଆନ୍ତରିକତା ତଥା ପ୍ରତିବଦ୍ଧତା ନାହିଁ। ଏହାକୁ ସରକାର ଆଦୌ ଗମ୍ଭୀରତାର ସହ ନେଉ ନାହାନ୍ତି। ଖାଲି କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି। ମହାନଦୀ ଆମ ମା', ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଚାଷୀ, ମତ୍ସ୍ୟଜୀବୀ ତଥା ଅଗଣିତ ଓଡ଼ିଆଙ୍କ ଜୀବନର ସ୍ରୋତ। ଏହାର ସୁରକ୍ଷାରେ ସାଲିସକୁ ଓଡ଼ିଶାବାସୀ କଦାପି ଗ୍ରହଣ କରିବେ ନାହିଁ। ମହାନଦୀକୁ ବଞ୍ଚାଇବା ପାଇଁ ପ୍ରତିଟି ଓଡ଼ିଆଙ୍କୁ ନେଇ ବିଜୁ ଜନତା ଦଳର ଲଢ଼େଇ ଆହୁରି ଜୋରଦାର ହେବ ବୋଲି ଚେତେଇ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦ ହଟାଇବାକୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୋହନ ମାଝୀ

07 Feb 2026 By Madhusudan Das

ମହାନଦୀକୁ ବଞ୍ଚାଇବା ପାଇଁ ବିଜେପି ସରକାରଙ୍କ ଇଏ କ'ଣ ଆନ୍ତରିକତା ?: ନବୀନ ପଟ୍ଟନାୟକ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ । ମହାନଦୀକୁ ବଞ୍ଚାଇବା ପାଇଁ ରାଜ୍ୟ ସରକାରଙ୍କ ଆନ୍ତରିକତା ନାହିଁ କି ପ୍ରତିବଦ୍ଧତା ନାହିଁ । ଏହାକୁ ବିଜେପି ସରକାର ଆଦୌ ଗମ୍ଭୀରତାର ସହ ନେଉ ନାହାନ୍ତି । ଖାଲି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି । ଏପରି କହି ରାଜ୍ୟ ସରକାରଙ୍କୁ ଘେରିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ । 

ଟ୍ରିବ୍ୟୁନାଲରେ ମହାନଦୀ ବିବାଦ ନେଇ ଆଜି ହୋଇଥିବା ଶୁଣାଣିକୁ ଓଡ଼ିଶାରୁ ପ୍ରତିନିଧିତ୍ୱ କରୁଥିବା ଆଡଭୋକେଟ୍ ଜେନେରାଲ୍ ଆସିଲେ ନାହିଁ। ମହାନଦୀର ସୁରକ୍ଷାଠାରୁ ଏମିତି କ'ଣ ଗୁରୁତ୍ୱପୂର୍ଣ୍ଣ କାମ ରହିଲା, ଯେଉଁଥିପାଇଁ ଟ୍ରିବ୍ୟୁନାଲର ଶୁଣାଣିରେ ଓଡ଼ିଶାର ପକ୍ଷ ରଖିବାକୁ ସେ ଉପସ୍ଥିତ ରହିଲେ ନାହିଁ? ଟ୍ରିବ୍ୟୁନାଲର ଶୁଣାଣିକୁ ନେଇ ଅନେକ ଆଶା ବାନ୍ଧି ବସିଥିବା ଓଡ଼ିଶାବାସୀଙ୍କୁ ମିଳିଲା କ'ଣ? ଏଥିରୁ ସ୍ପଷ୍ଟ ଜଣାପଡ଼ୁଛି, ମହାନଦୀକୁ ବଞ୍ଚାଇବା ପାଇଁ ଓଡ଼ିଶା ବିଜେପି ସରକାରଙ୍କ କୌଣସି ଆନ୍ତରିକତା ତଥା ପ୍ରତିବଦ୍ଧତା ନାହିଁ। ଏହାକୁ ସରକାର ଆଦୌ ଗମ୍ଭୀରତାର ସହ ନେଉ ନାହାନ୍ତି। ଖାଲି କୁମ୍ଭୀରକାନ୍ଦଣା କାନ୍ଦୁଛନ୍ତି। ମହାନଦୀ ଆମ ମା', ଓଡ଼ିଶାର ଜୀବନରେଖା। ଲକ୍ଷ ଲକ୍ଷ ଚାଷୀ, ମତ୍ସ୍ୟଜୀବୀ ତଥା ଅଗଣିତ ଓଡ଼ିଆଙ୍କ ଜୀବନର ସ୍ରୋତ। ଏହାର ସୁରକ୍ଷାରେ ସାଲିସକୁ ଓଡ଼ିଶାବାସୀ କଦାପି ଗ୍ରହଣ କରିବେ ନାହିଁ। ମହାନଦୀକୁ ବଞ୍ଚାଇବା ପାଇଁ ପ୍ରତିଟି ଓଡ଼ିଆଙ୍କୁ ନେଇ ବିଜୁ ଜନତା ଦଳର ଲଢ଼େଇ ଆହୁରି ଜୋରଦାର ହେବ ବୋଲି ଚେତେଇ ଦେଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର