ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ ସଂକ୍ଷିପ୍ତ ରାଜନୈତିକ ଗସ୍ତରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ମଙ୍ଗଳବାର ସକାଳେ ସେ ଜାତୀୟ ରାଜଧାନୀ ଅଭିମୁଖେ ଗସ୍ତ କରିଥିବା ଦଳୀୟ ସୂତ୍ରରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଅକ୍ଟୋବର ୨୬ ସୁଦ୍ଧା ବାତ୍ୟା ରୂପ ନେବାର ଆଶଙ୍କା

ନିଜର ଏହି ଦିଲ୍ଲୀ ଗସ୍ତ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କେତେକ ବରିଷ୍ଠ ରାଜନୈତିକ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ତାଙ୍କର କିଛି ଘନିଷ୍ଠ ବନ୍ଧୁ ଏବଂ ସହଯୋଗୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ଆସନ୍ତା ଜୁଲାଇ ୨୦ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନବୀନଙ୍କ ଦିଲ୍ଲୀ ଗସ୍ତ ବେଶ୍ ଗୁରୁତ୍ୱବହନ କରୁଛି। ସୂତ୍ରରୁ ପ୍ରକାଶ ଯେ, ଏହି ଗସ୍ତରେ ସେ ଦିଲ୍ଲୀରେ ଥିବା ବିଜେଡି ସାଂସଦମାନଙ୍କୁ ଭେଟି ଅଧିବେଶନ ପୂର୍ବରୁ ଦଳର ରଣନୀତି ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିପାରନ୍ତି। ସମସ୍ତ କାର୍ଯ୍ୟକ୍ରମ ସାରି ନବୀନ ଆସନ୍ତା ଜୁଲାଇ ୨୨ ତାରିଖରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ରେଳଧାରଣାରୁ ପୋଲିସ ASIଙ୍କ ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର