ଦିଲ୍ଲୀ ଗସ୍ତରେ ଗଲେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

Madhusudan Das Picture
Published On

ଭୁବନେଶ୍ୱର: ବିଜୁ ଜନତା ଦଳ ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏକ ସଂକ୍ଷିପ୍ତ ରାଜନୈତିକ ଗସ୍ତରେ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି। ମଙ୍ଗଳବାର ସକାଳେ ସେ ଜାତୀୟ ରାଜଧାନୀ ଅଭିମୁଖେ ଗସ୍ତ କରିଥିବା ଦଳୀୟ ସୂତ୍ରରୁ ପ୍ରକାଶ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ନିଜର ଏହି ଦିଲ୍ଲୀ ଗସ୍ତ ସମୟରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କେତେକ ବରିଷ୍ଠ ରାଜନୈତିକ ନେତାଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏହା ସହିତ ସେ ତାଙ୍କର କିଛି ଘନିଷ୍ଠ ବନ୍ଧୁ ଏବଂ ସହଯୋଗୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ଜଣାପଡିଛି।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ଆସନ୍ତା ଜୁଲାଇ ୨୦ ତାରିଖରୁ ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ନବୀନଙ୍କ ଦିଲ୍ଲୀ ଗସ୍ତ ବେଶ୍ ଗୁରୁତ୍ୱବହନ କରୁଛି। ସୂତ୍ରରୁ ପ୍ରକାଶ ଯେ, ଏହି ଗସ୍ତରେ ସେ ଦିଲ୍ଲୀରେ ଥିବା ବିଜେଡି ସାଂସଦମାନଙ୍କୁ ଭେଟି ଅଧିବେଶନ ପୂର୍ବରୁ ଦଳର ରଣନୀତି ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିପାରନ୍ତି। ସମସ୍ତ କାର୍ଯ୍ୟକ୍ରମ ସାରି ନବୀନ ଆସନ୍ତା ଜୁଲାଇ ୨୨ ତାରିଖରେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ପୋଖରୀରେ ବୁଡ଼ିଯାଉଥିଲେ ୨ ଛୋଟ ଝିଅ, ବଞ୍ଚାଇବାକୁ ଯାଇ ନିଜ ଜୀବନ ହାରିଲେ ସସ୍ମିତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର