ବିଜେଡିର ଜନସମ୍ପର୍କ ପଦଯାତ୍ରାରେ ଗର୍ଜିଲେ ନବୀନ ପଟ୍ଟନାୟକ; କହିଲେ 'ଡବଲ ଇଞ୍ଜିନ୍ ସରକାର ଓଡ଼ିଶାର ସୁନାମ ନଷ୍ଟ କରୁଛି'

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜେଡିର ଜନସମ୍ପର୍କ ପଦଯାତ୍ରା । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ଜନସମ୍ପର୍କ ପଦଯାତ୍ରାରେ ଯୋଗଦେଇ 'ଡବଲ ଇଞ୍ଜିନ' ସରକାରଙ୍କ ଉପରେ କଡ଼ା ସମାଲୋଚନା କରିଛନ୍ତି। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଆୟୋଜିତ ଏହି ବିଶାଳ ସମାବେଶରେ ହଜାର ହଜାର ବିଜେଡି କର୍ମୀ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ଦଶହରା ପୂର୍ବରୁ ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ମିଳିବ କ୍ଷତିପୂରଣ: ରାଜସ୍ୱ ମନ୍ତ୍ରୀ

ଏହି ସମାବେଶକୁ ସମ୍ବୋଧିତ କରି ଶ୍ରୀ ପଟ୍ଟନାୟକ ତାଙ୍କ ଦଳର ଜନସେବା, କଲ୍ୟାଣ ଏବଂ ସର୍ବସାଧାରଣ ବିକାଶର ମୂଳ ଦର୍ଶନ ଉପରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ, "ବିକାଶ ଓ ସେବାରେ ବିଜେଡି ବିଶ୍ୱାସ କରେ। ବିଜେଡି ସମୟରେ ବିକାଶ ପାଇଁ ଓଡ଼ିଶା ସାରା ବିଶ୍ୱରେ ମଡେଲ ରାଜ୍ୟ ହୋଇଥିଲା। ତେବେ ବର୍ତ୍ତମାନର ଅପାରଗ 'ଡବଲ-ଇଞ୍ଜିନ' ସରକାର ରାଜ୍ୟର ଭାବମୂର୍ତ୍ତିକୁ ସମ୍ପୂର୍ଣ୍ଣ ରୂପେ କ୍ଷୁର୍ଣ୍ଣ କରିଛି।" ଚାଲିଥିବା ଅଭିଯାନ ମାଧ୍ୟମରେ ଘରକୁ ଘର ବୁଲି ସରକାରଙ୍କ ବିଫଳତା ଏବଂ ଜନବିରୋଧୀ ନୀତି ସମ୍ପର୍କରେ ଲୋକଙ୍କୁ ସଚେତନ କରିବାକୁ ସେ ଦଳୀୟ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ପଲୁଖୋଳା ଜଙ୍ଗଲରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର ! ଉଭୟ ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ ଏବଂ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ (ବିଜୁ ବାବୁ)ଙ୍କ ଫଟୋଚିତ୍ରରେ ନବୀନ ପଟ୍ଟନାୟକ ପୁଷ୍ପମାଲ୍ୟ ଅର୍ପଣ କରିବା ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ବର୍ତ୍ତମାନର ସରକାରଙ୍କ ପ୍ରଶାସନିକ ଅପାରଗତାକୁ ନେଇ ପୂର୍ବତନ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ସୁଶାନ୍ତ ରାଉତ, ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର ମେୟର ସୁଲୋଚନା ଦାସ, ଏବଂ ବରିଷ୍ଠ ନେତା ମନ୍ମଥ ରାଉତରାୟଙ୍କ ସମେତ ଅନେକ ବରିଷ୍ଠ ନେତା ଏହି ସମାବେଶକୁ ସମ୍ବୋଧିତ କରିଥିଲେ। ସ୍ଥାନୀୟ କର୍ପୋରେଟର ଏବଂ ତୃଣମୂଳ ସ୍ତରର ସଙ୍ଗଠକମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ: ଆଜି ନାମାଙ୍କନ ଦାଖଲ ପ୍ରକ୍ରିୟା, କମ୍ପୁଛି କଲେଜ କ୍ୟାମ୍ପସ୍

ଗାନ୍ଧୀ ଜୟନ୍ତୀ (ଅକ୍ଟୋବର ୨) ରୁ ଆରମ୍ଭ ହୋଇଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରା ଓଡ଼ିଶାର ସମସ୍ତ ପଞ୍ଚାୟତ, ବ୍ଲକ ଏବଂ ପୌରାଞ୍ଚଳରେ ନଭେମ୍ବର ୨ ପର୍ଯ୍ୟନ୍ତ ଚାଲିବ। ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନ ପୂର୍ବରୁ ତୃଣମୂଳ ସ୍ତରରେ ଭୋଟରଙ୍କ ସହ ପୁଣି ଯୋଡ଼ି ହେବା, ଆଞ୍ଚଳିକ ସମସ୍ୟାକୁ ଲୋକଲୋଚନକୁ ଆଣିବା ଏବଂ ଦଳୀୟ ସଙ୍ଗଠନକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଦଳ ପକ୍ଷରୁ ଏହି ମାସବ୍ୟାପୀ ଅଭିଯାନ ଆରମ୍ଭ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର