ବ୍ରହ୍ମପୁର ଗିରିରୋଡରେ ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ, କହିଲେ 'ରାଜ୍ୟରେ ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି'

Madhusudan Das Picture
Published On

ଭୁବନେଶ୍ୱର: ବ୍ରହ୍ମପୁର ଗିରିରୋଡରେ ଘଟିଥିବା ଅମାନୁଷିକ ଆକ୍ରମଣ ଘଟଣାକୁ ନିନ୍ଦା କଲେ ନବୀନ । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇପଡ଼ିଛି । ଏପରି ଅଭିଯୋଗ ଆଣି ରାଜ୍ୟର ବିଜେପି ସରକାର ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ। ରାଜ୍ୟରେ 'ଗୁଣ୍ଡାରାଜ' ଚାଲିଛି ବୋଲି ସେ ଅଭିଯୋଗ କରିଛନ୍ତି। ସୋସିଆଲ ମିଡ଼ିଆ ସାଇଟ 'X' ରେ ନବୀନ ଲେଖିଛନ୍ତି କି, ଅରାଜକତାର ଭୟଙ୍କର ଚିତ୍ର ଓଡ଼ିଶା ଦେଖୁଛି, ବିଜେପିର ଶାସନ ନୁହେଁ ତ ଲାଗୁଛି ଗୁଣ୍ଡାରାଜ୍ ଚାଲିଛି।

ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ

ନବୀନ ଆହୁରି ମଧ୍ୟ ଲେଖିଛନ୍ତି କି, ବ୍ରହ୍ମପୁରର ବିଚ୍ ରାସ୍ତାରେ ଜଣେ ଯୁବକ ଏବଂ ମହିଳାଙ୍କୁ ସର୍ବସମ୍ମୁଖରେ ଅତି ନିର୍ମମ ଭାବେ ପିଟି ପିଟି ମରଣାନ୍ତକ ଆକ୍ରମଣ କରାଯିବାର ଦୃଶ୍ୟ ଅତ୍ୟନ୍ତ ଅମାନୁଷିକ। ସାରା ଓଡ଼ିଶାବାସୀଙ୍କୁ ଏହା ଆତଙ୍କିତ ଓ ବିଚଳିତ କରିଛି। ଲାଗୁଛି ବିଜେପି ସରକାର ଓଡ଼ିଶାକୁ ଅପରାଧୀଙ୍କ ହାତକୁ ଟେକି ଦେଇଛି। ଭୟଶୂନ୍ୟ ହୋଇ ଅପରାଧିମାନେ ଅତ୍ୟନ୍ତ ନୃଶଂସ କାଣ୍ଡ ଘଟାଉଛନ୍ତି। କୁଆଡ଼େ ଯାଉଛି ପୋଲିସ ପ୍ରଶାସନ, କୁଆଡ଼େ ଯାଉଛି ଆଇନ କାନୁନର ବ୍ୟବସ୍ଥା?

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ବିଜେପି ସରକାର ଉତ୍ସବରେ ମାତି ସାଧାରଣ ଜନତାଙ୍କ ସୁରକ୍ଷାକୁ ଆଉ କେତେ ବିପନ୍ନ କରିବ? ଓଡ଼ିଶା କେତେ ଆଉ ଲଜ୍ଜିତ ହେବ? ମିଛ ବାହାସ୍ଫୋଟରେ ସରକାର ଚାଲେନି, ଲୋକଙ୍କୁ ସୁରକ୍ଷା ଦରକାର।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଓ ଗୁଣ୍ଡାରାଜ୍ ଶାସନ ପାଇଁ ଓଡ଼ିଶା ସାରା ଦେଶରେ ନିନ୍ଦିତ ହେଉଛି। ବିଜେପି ସରକାର ଅପରାଧୀଙ୍କୁ ସୁରକ୍ଷା ଦେବା ଛାଡୁ। ତୁରନ୍ତ ଦୋଷୀଙ୍କ ବିରୋଧରେ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ନେଇ ସାଧାରଣ ଲୋକଙ୍କ ସୁରକ୍ଷା ସୁନିଶ୍ଚିତ କରୁ ବୋଲି ନବୀନ ଦାବି କରିଛନ୍ତି ।  

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର