ସରକାର ଆସିବ ଯିବ, ବିଜୁ ବାବୁ ସବୁବେଳେ ଓଡ଼ିଆଙ୍କ ହୃଦୟରେ ରହିବେ: ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ବିଜୁବାବୁଙ୍କ ଜୟନ୍ତୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ବିଜୁ ବାବୁ ଥିଲେ ଟଲ୍ ମ୍ୟାନ, ଲାର୍ଜ ହାର୍ଟ। କିନ୍ତୁ ତାଙ୍କ ଲିଗାସିକୁ ଲିଭାଇବାକୁ ଚାହୁଁଛନ୍ତି ରାଜ୍ୟର ବିଜେପି ସରକାର। ବିଜୁ ପଟ୍ଟନାୟକ ବିମାନ ବନ୍ଦରର ନାମ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି। ୩୦ ବର୍ଷ ଧରି ରାଜ୍ୟ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରୁଛନ୍ତି। ଏବେ କିନ୍ତୁ ବିଜେପି […]

ଭୁବନେଶ୍ବର: ବିଜୁବାବୁଙ୍କ ଜୟନ୍ତୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ନବୀନ କହିଛନ୍ତି, ବିଜୁ ବାବୁ ଥିଲେ ଟଲ୍ ମ୍ୟାନ, ଲାର୍ଜ ହାର୍ଟ। କିନ୍ତୁ ତାଙ୍କ ଲିଗାସିକୁ ଲିଭାଇବାକୁ ଚାହୁଁଛନ୍ତି ରାଜ୍ୟର ବିଜେପି ସରକାର। ବିଜୁ ପଟ୍ଟନାୟକ ବିମାନ ବନ୍ଦରର ନାମ ପରିବର୍ତ୍ତନ କରିବାକୁ ଚାହୁଁଛନ୍ତି। ୩୦ ବର୍ଷ ଧରି ରାଜ୍ୟ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତିରାଜ ଦିବସ ରୂପେ ପାଳନ କରୁଛନ୍ତି। ଏବେ କିନ୍ତୁ ବିଜେପି ସରକାର ପଞ୍ଚାୟତିରାଜ ଦିବସକୁ ବଦଳାଇ ଦେଲେ। କିନ୍ତୁ ଲୋକଙ୍କ ହୃଦୟକୁ ପରିବର୍ତ୍ତନ କରିପାରିବ ନାହିଁ। ପାରାଦୀପ ପୋର୍ଟ ବଦଳାଇ ପାରିବ କି ସୁନାବେଡା ହାଲ୍ କୁ ବନ୍ଦ କରିପାରିବେ କି, ଏନଟିପିସି ବନ୍ଦ କରିପାରିବେ କି । ଏହା ଛୋଟ ଚିନ୍ତାଧାରା ବୋଲି କହିଛନ୍ତି ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ଦୁର୍ଭାଗ୍ୟଜନକ ଯେ, ବିଜେପି ଶାସନକୁ ଆସିବା ପରେ କ୍ରୀଡା ସମ୍ମାନ ନାଁ ବଦଳାଇ ବାକୁ ଚେଷ୍ଟା କଲେ। ଏବେ ସେମାନେ ବିମାନ ବନ୍ଦର ନାଁ ବଦଳାଇ ବାକୁ ଚେଷ୍ଟା କରୁଛନ୍ତି। ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ, ହେଲେ ଦୋଷୀ ଧରାପଡ଼ିଲାନି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

ଏହାସହ ନବୀନ କହିଛନ୍ତି, ବିଜୁ ବାବୁ ରାଜନୀତିକୁ ଆସିଥିଲେ ଲୋକଙ୍କ ସେବା ପାଇଁ ଆସିଥିଲେ। ଇଣ୍ଡୋନେସିଆର ମୁକ୍ତି ସଂଗ୍ରାମ ହେଉ ବା UNESCO କଳିଙ୍ଗ award କଥା ହେଉ ଓଡ଼ିଶାକୁ ନୂଆ ଉଚ୍ଚତାକୁ ନେଇଥିଲେ। ପଞ୍ଚାୟତିରାଜ ବ୍ୟବସ୍ଥାକୁ ସଶକ୍ତ କରିଥିଲେ। ମହିଳାଙ୍କ ପାଇଁ 33 ପ୍ରତିଶତ ସଂରକ୍ଷଣ କରିଥିଲେ। ସରପଞ୍ଚଙ୍କୁ ପଞ୍ଚାୟତର ମୁଖ୍ୟମନ୍ତ୍ରୀ ବୋଲି କହୁଥିଲେ ବିଜୁ ବାବୁ। ତାଙ୍କ ଅବଦାନକୁ ଅଣଦେଖା କରାଯାଇ ପାରିବ ନାହିଁ। ଇତିହାସ ବଦଳାଇବାକୁ କିଛି ବ୍ୟକ୍ତି ଚେଷ୍ଟା କରୁଛନ୍ତି। ଲୋକେ ଏହାର ଜବାବ ଦେବେ। ଇତିହାସ ହେଉଛି ସମୟର ଖୋଲା ବହି। U CANT CHANGE GLORIOUS LEGACY । ସରକାର ଆସିବ ଯିବ, କିନ୍ତୁ ବିଜୁ ବାବୁ ସବୁବେଳେ ଓଡ଼ିଆଙ୍କ ହୃଦୟରେ ରହିବେ। ଓଡ଼ିଆ ତାଙ୍କ ପାଇଁ ଗର୍ବିତ ବୋଲି କହିଛନ୍ତି ନବୀନ ପଟ୍ଟନାୟକ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର