ଚଳିତ ବର୍ଷ ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ, ‘ନବୀନ ନିବାସ’କୁ ନ ଆସିବା ପାଇଁ କଲେ ନିବେଦନ

ଭୁବନେଶ୍ବର: ଅକ୍ଟୋବର ୧୬ ତାରିଖ ହେଉଛି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ କହିଛନ୍ତି। ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ଯେଉଁ କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ। ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ […]

ଭୁବନେଶ୍ବର: ଅକ୍ଟୋବର ୧୬ ତାରିଖ ହେଉଛି ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଜନ୍ମଦିନ। ତେବେ ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳିବେ ନାହିଁ କହିଛନ୍ତି। ଗତ ମାସରେ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି। ଯେଉଁ କାରଣରୁ ଚଳିତ ବର୍ଷ ସେ ଜନ୍ମଦିନ ପାଳନ କରିବେ ନାହିଁ। ଜନ୍ମଦିନ ଅବସରରେ ନବୀନ ନିବାସକୁ ଯାଇ ଶୁଭେଚ୍ଛା ନ ଜଣାଇବାକୁ ଶୁଭେଚ୍ଛୁଙ୍କୁ ଅନୁରୋଧ କରିଛନ୍ତି ମୁଖ୍ୟମନ୍ତ୍ରୀ। ତେବେ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ ନ କରିବା ଆଗରୁ ମଧ୍ୟ ଦେଖିବାକୁ ମିଳିଛି। ବାତ୍ୟା ଏବଂ ଦୁର୍ବିପାକ ଭଳି ସ୍ଥିତି ଉପୁଜି ଥିବାବେଳେ ମଧ୍ୟ ମୁଖ୍ୟମନ୍ତ୍ରୀ ଜନ୍ମଦିନ ପାଳନ କରିନଥିଲେ।

About The Author: The Sakala