ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶାର ଦୁଇ କୃତୀ ଶିକ୍ଷକଙ୍କ ସହ କଥା ହେଲେ ନବୀନ

The Sakala Picture
Published On

ଭୁବନେଶ୍ୱର: ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶାର ଦୁଇ କୃତବିଦ୍ୟ ଶିକ୍ଷକ ଡ଼କ୍ଟର ଦ୍ବିତୀଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର କରଙ୍କୁ ନବୀନ ପଟ୍ଟନାୟକ ଆଜି ବ୍ୟକ୍ତିଗତ ଭାବେ ଫୋନ କରି କଥା ହୋଇଛନ୍ତି। ଏଥିସହ କୃତୀ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେମାନଙ୍କ ନିଷ୍ଠା ଓ ସାଧନାର ଉଚ୍ଚ ପ୍ରଶଂସା କରିଛନ୍ତି ନବୀନ।  ଶିକ୍ଷା ଜରିଆରେ ହିଁ ଏକ ସଚେତନ ଓ ସଶକ୍ତ ସମାଜ ଗଠନ ହୋଇ ପାରିବ ବୋଲି ମତ ଦେଇଥିଲେ ନବୀନ ପଟ୍ଟନାୟକ। […]

ଭୁବନେଶ୍ୱର: ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶାର ଦୁଇ କୃତବିଦ୍ୟ ଶିକ୍ଷକ ଡ଼କ୍ଟର ଦ୍ବିତୀଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର କରଙ୍କୁ ନବୀନ ପଟ୍ଟନାୟକ ଆଜି ବ୍ୟକ୍ତିଗତ ଭାବେ ଫୋନ କରି କଥା ହୋଇଛନ୍ତି। ଏଥିସହ କୃତୀ ଶିକ୍ଷକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେମାନଙ୍କ ନିଷ୍ଠା ଓ ସାଧନାର ଉଚ୍ଚ ପ୍ରଶଂସା କରିଛନ୍ତି ନବୀନ।  ଶିକ୍ଷା ଜରିଆରେ ହିଁ ଏକ ସଚେତନ ଓ ସଶକ୍ତ ସମାଜ ଗଠନ ହୋଇ ପାରିବ ବୋଲି ମତ ଦେଇଥିଲେ ନବୀନ ପଟ୍ଟନାୟକ। ଶିକ୍ଷାଦାନ କ୍ଷେତ୍ରରେ ସେମାନଙ୍କ ଅବଦାନ ପାଇଁ ସେ ଗର୍ବିତ ବୋଲି କହି ଉଭୟଙ୍କୁ ଅଭିନନ୍ଦନ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଡ଼କ୍ଟର ଦ୍ଵିତୀଚନ୍ଦ୍ର ସାହୁ ରାୟଗଡା ଜିଲ୍ଲା ବିଲେଶୁ ଆଦିବାସୀ ମଙ୍ଗଳ ବିଭାଗର ସହକାରୀ ଶିକ୍ଷକ ଭାବରେ କାର୍ଯ୍ୟ କରୁଥିବା ବେଳେ ସନ୍ତୋଷ କୁମାର କର କଳାହାଣ୍ଡି ଜିଲ୍ଲା ଜୟଦୁର୍ଗା ହାଇସ୍କୁଲରେ ଶିକ୍ଷକ ଭାବରେ ଅବସ୍ଥାପିତ।  ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇବା ସହ ତାଙ୍କ ଆଶୀର୍ବାଦ ଆହୁରି ଭଲ କାମ କରିବା ପାଇଁ ପ୍ରେରଣା ବୋଲି ସେମାନେ କହିଥିଲେ।

ଆହୁରି ପଢ଼ନ୍ତୁ: ଟ୍ରେନ ଧକ୍କାରେ ଦନ୍ତା ହାତୀର ମୃତ୍ୟୁ, ବନ ବିଭାଗର ତଦନ୍ତ ଆରମ୍ଭ

 

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ପ୍ରଭାବରେ ଆଜି ରାଜ୍ୟରେ ପ୍ରବଳ ବର୍ଷିବ, ମୟୂରଭଞ୍ଜ ପାଇଁ ରେଡ୍ ଆଲର୍ଟ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର