ବିଜେପି ନେତାଙ୍କୁ ନବୀନଙ୍କ କଟାକ୍ଷ: ଓଡ଼ିଶାରେ ବନ୍ୟା; ଦିଲ୍ଲୀରେ ଚାଲିଛି ଭୋଜି

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ବିଭୀଷିକାକୁ ନେଇ ରାଜ୍ୟବାସୀ ହନ୍ତସନ୍ତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟ ବିଜେପିର ନେତାମାନେ ଦିଲ୍ଲୀରେ ଅଛନ୍ତି। ଯାହାକୁ ନେଇ ସାମାଜିକ ଗଣମାଧ୍ୟମରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଓଡ଼ିଶାରେ ବନ୍ୟାର ବିଭୀଷିକା ଥିବାବେଳେ ଓଡ଼ିଶା ବିଜେପିର ନେତାମାନେ ଦିଲ୍ଲୀରେ ଭୋଜି କରୁଛନ୍ତି। ଏପରି ଗମ୍ଭୀର ସ୍ଥିତିରେ ସରକାର ସମ୍ୱେଦନହୀନ ନ ହୋଇ ଲୋକଙ୍କ ସହିତ ଛିଡ଼ା ହୁଅନ୍ତୁ, ଲୋକଙ୍କୁ ସୁରକ୍ଷା ଦିଅନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ନବୀନ କହିଛନ୍ତି ଯେ ଲଗାଣ ବର୍ଷା ଯୋଗୁଁ ସାରା ରାଜ୍ୟରେ ବନ୍ୟାର ସ୍ଥିତି ଦେଖାଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ ବିଜେପିର ଶୀର୍ଷ ନେତା ତଥା ସାଂସଦମାନେ ଏବେ ଦିଲ୍ଲୀରେ। ଏପରି ଅସମୟରେ ନିଜ ଲୋକଙ୍କ ସୁରକ୍ଷାଠାରୁ ଅଧିକ ଗମ୍ଭୀର ବିଷୟ କ’ଣ ହୋଇପାରେ? ବନ୍ୟା ପାଇଁ ମୟୂରଭଞ୍ଜ, ବାଲେଶ୍ୱରରୁ ନେଇ ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଢେଙ୍କାନାଳ, ସମ୍ୱଲପୁର ଆଦି ବିଭିନ୍ନ ଜିଲ୍ଲାରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବନ୍ୟାରେ ଏକାଧିକ ନିରୀହ ଜୀବନ ଯିବାର ଖବର ଆସିବା ମୋ ସହିତ ସମଗ୍ର ଓଡ଼ିଶାବାସୀଙ୍କୁ ମଧ୍ୟ ବ୍ୟଥିତ କରିଛି। ଏପରି ଅସମୟରେ ଲୋକଙ୍କ ସାଥିରେ ଦୃଢ଼ ଭାବେ ଛିଡ଼ା ହେବା ବଦଳରେ ସରକାରୀ ଅବହେଳାର ମାଳ ମାଳ ଅଭିଯୋଗ ଆସୁଛି। ନବୀନ କହିଛନ୍ତି ଯେ ସବୁ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲାରେ ‘ପ୍ରତିଟି ଜୀବନ ମୂଲ୍ୟବାନ’ ହେଉଛି ଓଡ଼ିଶାର ମନ୍ତ୍ର। ଏହି ମନ୍ତ୍ରରେ ସବୁ ବିପର୍ଯ୍ୟୟର ଦୃଢ଼ ମୁକାବିଲା କରି ଓଡ଼ିଶା ସାରା ବିଶ୍ୱରେ ସୁନାମ ଅର୍ଜନ କରିଥିଲା। ହେଲେ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନ କରି ଲୋକେ ନିର୍ବାଚିତ କରିଥିବା ପ୍ରତିନିଧିମାନେ ଲୋକଙ୍କ ହାତ ଛାଡ଼ିଦେବା ସଭିଙ୍କୁ ଆଶ୍ଚର୍ଯ୍ୟ କରୁଛି ବୋଲି ନବୀନ ଉଲ୍ଲେଖ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭଦ୍ରକରେ ବନ୍ୟା ବିପତ୍ତି: ୨୪ ଘଣ୍ଟା ଧରି ତାଳଗଛ ଉପରେ ଫସି ରହିବା ପରେ ଚାଷୀଙ୍କୁ ଉଦ୍ଧାର କଲା ଓଡ୍ରାଫ୍ ଟିମ୍

30 Jul 2026 By Madhusudan Das

ବିଜେପି ନେତାଙ୍କୁ ନବୀନଙ୍କ କଟାକ୍ଷ: ଓଡ଼ିଶାରେ ବନ୍ୟା; ଦିଲ୍ଲୀରେ ଚାଲିଛି ଭୋଜି

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ବିଭୀଷିକାକୁ ନେଇ ରାଜ୍ୟବାସୀ ହନ୍ତସନ୍ତ ହେଉଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ରାଜ୍ୟ ବିଜେପିର ନେତାମାନେ ଦିଲ୍ଲୀରେ ଅଛନ୍ତି। ଯାହାକୁ ନେଇ ସାମାଜିକ ଗଣମାଧ୍ୟମରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଓଡ଼ିଶାରେ ବନ୍ୟାର ବିଭୀଷିକା ଥିବାବେଳେ ଓଡ଼ିଶା ବିଜେପିର ନେତାମାନେ ଦିଲ୍ଲୀରେ ଭୋଜି କରୁଛନ୍ତି। ଏପରି ଗମ୍ଭୀର ସ୍ଥିତିରେ ସରକାର ସମ୍ୱେଦନହୀନ ନ ହୋଇ ଲୋକଙ୍କ ସହିତ ଛିଡ଼ା ହୁଅନ୍ତୁ, ଲୋକଙ୍କୁ ସୁରକ୍ଷା ଦିଅନ୍ତୁ ବୋଲି ସେ ପରାମର୍ଶ ଦେଇଛନ୍ତି।

ନବୀନ କହିଛନ୍ତି ଯେ ଲଗାଣ ବର୍ଷା ଯୋଗୁଁ ସାରା ରାଜ୍ୟରେ ବନ୍ୟାର ସ୍ଥିତି ଦେଖାଦେଇଥିବା ବେଳେ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ସମେତ ବିଜେପିର ଶୀର୍ଷ ନେତା ତଥା ସାଂସଦମାନେ ଏବେ ଦିଲ୍ଲୀରେ। ଏପରି ଅସମୟରେ ନିଜ ଲୋକଙ୍କ ସୁରକ୍ଷାଠାରୁ ଅଧିକ ଗମ୍ଭୀର ବିଷୟ କ’ଣ ହୋଇପାରେ? ବନ୍ୟା ପାଇଁ ମୟୂରଭଞ୍ଜ, ବାଲେଶ୍ୱରରୁ ନେଇ ଭଦ୍ରକ, ଯାଜପୁର, ଝାରସୁଗୁଡ଼ା, ଢେଙ୍କାନାଳ, ସମ୍ୱଲପୁର ଆଦି ବିଭିନ୍ନ ଜିଲ୍ଲାରେ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବନ୍ୟାରେ ଏକାଧିକ ନିରୀହ ଜୀବନ ଯିବାର ଖବର ଆସିବା ମୋ ସହିତ ସମଗ୍ର ଓଡ଼ିଶାବାସୀଙ୍କୁ ମଧ୍ୟ ବ୍ୟଥିତ କରିଛି। ଏପରି ଅସମୟରେ ଲୋକଙ୍କ ସାଥିରେ ଦୃଢ଼ ଭାବେ ଛିଡ଼ା ହେବା ବଦଳରେ ସରକାରୀ ଅବହେଳାର ମାଳ ମାଳ ଅଭିଯୋଗ ଆସୁଛି। ନବୀନ କହିଛନ୍ତି ଯେ ସବୁ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲାରେ ‘ପ୍ରତିଟି ଜୀବନ ମୂଲ୍ୟବାନ’ ହେଉଛି ଓଡ଼ିଶାର ମନ୍ତ୍ର। ଏହି ମନ୍ତ୍ରରେ ସବୁ ବିପର୍ଯ୍ୟୟର ଦୃଢ଼ ମୁକାବିଲା କରି ଓଡ଼ିଶା ସାରା ବିଶ୍ୱରେ ସୁନାମ ଅର୍ଜନ କରିଥିଲା। ହେଲେ ବନ୍ୟା ପରିସ୍ଥିତିର ସଫଳ ମୁକାବିଲା ନ କରି ଲୋକେ ନିର୍ବାଚିତ କରିଥିବା ପ୍ରତିନିଧିମାନେ ଲୋକଙ୍କ ହାତ ଛାଡ଼ିଦେବା ସଭିଙ୍କୁ ଆଶ୍ଚର୍ଯ୍ୟ କରୁଛି ବୋଲି ନବୀନ ଉଲ୍ଲେଖ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର