ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ସହ ଛୁରା ମାଡ଼ ଅଭିଯୋଗ

The Sakala Picture
Published On

ୟାଗଡ଼: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳର ଜଣେ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ସହ ଛୁରା ମାଡ଼ ହୋଇଥିବା ଅଭିଯୋଗ ହୋଇଛ। ପୀଡ଼ିତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବର ଅନୁଯାୟୀ, ପୀଡ଼ିତା ଜଣଙ୍କ ଗତକାଲି ରାତିରେ ପିଣ୍ଡାରେ ଶୋଇଥିବା ବେଳେ ତାଙ୍କୁ କେହି ଦୁଷ୍କର୍ମ କରିବା ସହ ସହ ଛୁରି ମାରିଥିବା ଜଣାପଡ଼ିଛି। ସକାଳୁ ସକାଳୁ ତାଙ୍କର ପ୍ରଚୁର ରକ୍ତସ୍ରାବ ହେଉଥିବା ଦେଖି ସ୍ଥାନୀୟ ଲୋକେ ଭର୍ତ୍ତି କରିଛନ୍ତି। ଖବର ପାଇ […]

ୟାଗଡ଼: ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅଞ୍ଚଳର ଜଣେ ମାନସିକ ବିକୃତ ମହିଳାଙ୍କୁ ଦୁଷ୍କର୍ମ ସହ ଛୁରା ମାଡ଼ ହୋଇଥିବା ଅଭିଯୋଗ ହୋଇଛ। ପୀଡ଼ିତାଙ୍କୁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଖବର ଅନୁଯାୟୀ, ପୀଡ଼ିତା ଜଣଙ୍କ ଗତକାଲି ରାତିରେ ପିଣ୍ଡାରେ ଶୋଇଥିବା ବେଳେ ତାଙ୍କୁ କେହି ଦୁଷ୍କର୍ମ କରିବା ସହ ସହ ଛୁରି ମାରିଥିବା ଜଣାପଡ଼ିଛି। ସକାଳୁ ସକାଳୁ ତାଙ୍କର ପ୍ରଚୁର ରକ୍ତସ୍ରାବ ହେଉଥିବା ଦେଖି ସ୍ଥାନୀୟ ଲୋକେ ଭର୍ତ୍ତି କରିଛନ୍ତି। ଖବର ପାଇ ଇଟାମାଟି ପୁଲିସ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିଛି। ସ୍ଥାନୀୟ ଲୋକେ ଘଟଣା ସମ୍ପର୍କରେ ମହିଳାଙ୍କୁ ପଚାରିବାରୁ ‘ପାଣ୍ଡା’ ଏଭଳି କରିଥିବା କହିଛନ୍ତି। ‘ପାଣ୍ଡା’ ସ୍ଥାନୀୟ ଅଞ୍ଚଳର ଜଣେ ଗାଡ଼ି ଚାଳକ। ସେ ବ୍ରାଉନ ସୁଗାର ଭଳି ନିଶାରେ ବୁଡ଼ି ରହେ ବୋଲି ସ୍ଥାନୀୟ ବାସିନ୍ଦା ଗଣମାଧ୍ୟମକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର