ଲଘୁଚାପ ଘନୀଭୂତ, ଆଜି ଅବପାତ: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରବିବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଶନିବାର ସକାଳ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ଘନିଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହଥିବା ବେଳେ ୧୪ ତାରିଖ ଲଘୁଚାପର ସର୍ବାଧିକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। କାରଣ ଏହି […]

ଭୁବନେଶ୍ୱର: ରବିବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଶନିବାର ସକାଳ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ଘନିଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହଥିବା ବେଳେ ୧୪ ତାରିଖ ଲଘୁଚାପର ସର୍ବାଧିକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। କାରଣ ଏହି ସଦୃଶ ଲଘୁଚାପ ଆହୁରି ଘନୀଭୂତ ହେଉଥିବା ବେଳେ ରବିବାର ସୁଦ୍ଧା ଏହା ଅବପାତରେ ପରିଣତ ହେବ ବୋଲି ଜଣାପଡ଼ିଛି। ଅବପାତରେ ପରିଣତ ହୋଇ ଏହା ଓଡ଼ିଶାର ନିକଟତର ହେବାକୁ ଥିବାରୁ ବର୍ଷାର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ ଟା ମଧ୍ୟରେ ସମ୍ବଲପୁ. ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସମୟରେ କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କହି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ରବିବାର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ। ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ମୁହାଁ ହେବା ଯୋଗୁଁ ଏହି ବର୍ଷା ହେବ। ଏହି ଲଘୁଚାପ ଯୋଗୁଁ କେବଳ ଓଡ଼ିଶା ନୁହେଁ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବ। ୧୪ ଓ ୧୫ ତାରିଖରେ ଛତିଶଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ମହାନଦୀ ସମେତ ଅନ୍ୟ ଶାଖା ନଦୀଗୁଡ଼କରେ ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପାଇଁ ରେଡ୍‍ ଆଲର୍ଟ ଜାରି କରାଯାଇଛି ବୋଲି ଡ. ମହାପାତ୍ର କହିଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବିମାନ ବନ୍ଦରରେ ପହଞ୍ଚିଲେ

ଗତ ୨୪ ଘଣ୍ଟାରେ ସୋନପୁର ଜିଲ୍ଲା ଉଲୁଣ୍ଡାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଉଲୁଣ୍ଡାରେ୧୦୬.୦ ମିମି ବର୍ଷା ହୋଇଥିବା ବେଳେ କଳାହାଣ୍ଡିର ମଦନପୁର-ରାମପୁରରେ ୧୦୫ ମିମି, ସୋନପୁରରେ ୯୬.୮ ମିମି, ବୌଦ୍ଧର ଖଇରିମାଳ ୯୦.୨ମିମି, ସୋନପୁରର ଡୁଙ୍ଗୁରିପାଲିରେ ୮୭.୦ ମିମି ଓ ରାୟଗଡ଼ାର ଆମ୍ୱଦୋଳାରେ ୮୫.୦ ମିମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ଏହାର ଝଟକା ୬୫ କିଲୋମିଟର ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୧୫ ତାରିଖ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

ଆହୁରି ପଢ଼ନ୍ତୁ: ଦିନ ୧୧ଟାରୁ ୩ଟା ଭିତରେ ହେବନି ଜନ ଗଣନା, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗର ନିଷ୍ପତ୍ତି

14 Aug 2022 By The Sakala

ଲଘୁଚାପ ଘନୀଭୂତ, ଆଜି ଅବପାତ: ରାଜ୍ୟରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରବିବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। କିଛି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ସାଙ୍ଗକୁ ସାରା ରାଜ୍ୟରେ ବିସ୍ତୃତ ବର୍ଷା ହେବ। ଶନିବାର ସକାଳ ସୁଦ୍ଧା ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବା ସହିତ ଘନିଭୂତ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଲାଗି ରହଥିବା ବେଳେ ୧୪ ତାରିଖ ଲଘୁଚାପର ସର୍ବାଧିକ ପ୍ରଭାବ ପଡ଼ିବାର ଆଶଙ୍କା ରହିଛି। କାରଣ ଏହି ସଦୃଶ ଲଘୁଚାପ ଆହୁରି ଘନୀଭୂତ ହେଉଥିବା ବେଳେ ରବିବାର ସୁଦ୍ଧା ଏହା ଅବପାତରେ ପରିଣତ ହେବ ବୋଲି ଜଣାପଡ଼ିଛି। ଅବପାତରେ ପରିଣତ ହୋଇ ଏହା ଓଡ଼ିଶାର ନିକଟତର ହେବାକୁ ଥିବାରୁ ବର୍ଷାର ପ୍ରକୋପ ବଢ଼ିବାର ସମ୍ଭାବନା ରହିଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ରବିବାର ସକାଳ ସାଢ଼େ ୮ଟାରୁ ସୋମବାର ସକାଳ ସାଢ଼େ ୮ ଟା ମଧ୍ୟରେ ସମ୍ବଲପୁ. ଝାରସୁଗୁଡ଼ା, ଦେବଗଡ଼, ବରଗଡ଼, ଅନୁଗୁଳ, ବୌଦ୍ଧ, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସମୟରେ କିଛି ସ୍ଥାନରେ ୨୦ ସେମିରୁ ଅଧିକ ବର୍ଷା ହେବ। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଆଦିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କହି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଭାରତୀୟ ପାଣିପାଗ ବିଭାଗର ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ରବିବାର ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ହେବ। ଏହା ଓଡ଼ିଶା ଉପକୂଳରୁ ଛତିଶଗଡ଼ ମୁହାଁ ହେବା ଯୋଗୁଁ ଏହି ବର୍ଷା ହେବ। ଏହି ଲଘୁଚାପ ଯୋଗୁଁ କେବଳ ଓଡ଼ିଶା ନୁହେଁ ଛତିଶଗଡ଼ରେ ମଧ୍ୟ ପ୍ରବଳ ବର୍ଷା ହେବ। ୧୪ ଓ ୧୫ ତାରିଖରେ ଛତିଶଗଡ଼ରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ଏଥିପାଇଁ ମହାନଦୀ ସମେତ ଅନ୍ୟ ଶାଖା ନଦୀଗୁଡ଼କରେ ଜଳସ୍ତର ବଢ଼ିବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପାଇଁ ରେଡ୍‍ ଆଲର୍ଟ ଜାରି କରାଯାଇଛି ବୋଲି ଡ. ମହାପାତ୍ର କହିଛନ୍ତି।

ଗତ ୨୪ ଘଣ୍ଟାରେ ସୋନପୁର ଜିଲ୍ଲା ଉଲୁଣ୍ଡାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଉଲୁଣ୍ଡାରେ୧୦୬.୦ ମିମି ବର୍ଷା ହୋଇଥିବା ବେଳେ କଳାହାଣ୍ଡିର ମଦନପୁର-ରାମପୁରରେ ୧୦୫ ମିମି, ସୋନପୁରରେ ୯୬.୮ ମିମି, ବୌଦ୍ଧର ଖଇରିମାଳ ୯୦.୨ମିମି, ସୋନପୁରର ଡୁଙ୍ଗୁରିପାଲିରେ ୮୭.୦ ମିମି ଓ ରାୟଗଡ଼ାର ଆମ୍ୱଦୋଳାରେ ୮୫.୦ ମିମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ସମୁଦ୍ର ମଧ୍ୟରେ ୪୫ରୁ ୫୫ କିଲୋମିଟର ବେଗରେ ପବନ ବହିପାରେ। ଏହାର ଝଟକା ୬୫ କିଲୋମିଟର ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାକୁ ଥିବାରୁ ଆସନ୍ତା ୧୫ ତାରିଖ ଯାଏ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର