୩୦ଟି ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କଲା ବିଜେଡି, ୬ ନେତାଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ

The Sakala Picture
Published On

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ । ପୂର୍ବତନ ସାଂସଦ ପ୍ରସନ୍ନ […]

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ । ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଦାୟିତ୍ବ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ବରେ ରହିବେ ପ୍ରମିଳା ମଲ୍ଲିକ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ । ମୟୂରଭଞ୍ଜ, କେନ୍ଦୁଝର ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ। ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ।

18 Aug 2022 By The Sakala

୩୦ଟି ଜିଲ୍ଲା ପାଇଁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କଲା ବିଜେଡି, ୬ ନେତାଙ୍କୁ ମିଳିଲା ୩୦ ଜିଲ୍ଲା ଦାୟିତ୍ୱ

ଭୁବନେଶ୍ବର : ରାଜ୍ୟର ୩୦ଟି ଜିଲ୍ଲା ପାଇଁ ବିଜୁ ଜନତା ଦଳ ପକ୍ଷରୁ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କ ନାମ ଘୋଷଣା କରିଛି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୬ ଜଣ ବରିଷ୍ଠ ନେତାଙ୍କୁ ୩୦ଟି ଜିଲ୍ଲାର ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦେଇଛନ୍ତି । ଏନେଇ ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ପ୍ରେସ ବିଜ୍ଞପ୍ତିରେ ଘୋଷଣା କରିଛନ୍ତି ।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କୁ ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଦାୟିତ୍ୱ । ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର ଦାୟିତ୍ବ ଦିଆଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଦାୟିତ୍ବରେ ରହିବେ ପ୍ରମିଳା ମଲ୍ଲିକ।

ସେହିପରି ଦେବୀପ୍ରସାଦ ମିଶ୍ରଙ୍କୁ ମିଳିଛି ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା, ପୁରୀ ଓ ବୌଦ୍ଧ ଦାୟିତ୍ୱ । ମୟୂରଭଞ୍ଜ, କେନ୍ଦୁଝର ସମ୍ଭାଳିବେ ମହେଶ୍ୱର ମହାନ୍ତି । ସେହିପରି ପ୍ରତାପ ଜେନାଙ୍କୁ ମିଳିଛି ସର୍ବାଧିକ ୭ଟି ଜିଲ୍ଲାର ଦାୟିତ୍ୱ। ସେଗୁଡ଼ିକ ହେଲା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ।

https://www.thesakala.in/latest-odisha-news/nayagarh/bjd-announced-the-names-of-senior-observers-for-30-districts/article-14241
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର