କାଲିଠୁ ରାଜ୍ୟରେ ଲଗାତାର ୩ ଦିନ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ଜାରି କଲା ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ଲଗାତର ଲଘୁଚାପ ପ୍ରଭାବରେ ରାଜ୍ୟବାସୀ ବନ୍ୟା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୁଣି ଆସିଛୁ ଆଉ ଏକ ଲଘୁଚାପ। ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ୟ୍ୟାଳୟ […]

ଭୁବନେଶ୍ବର : ରାଜ୍ୟରେ ଲଗାତର ଲଘୁଚାପ ପ୍ରଭାବରେ ରାଜ୍ୟବାସୀ ବନ୍ୟା ଦୁର୍ଦ୍ଦଶା ଭୋଗୁଥିବା ବେଳେ ପୁଣି ଆସିଛୁ ଆଉ ଏକ ଲଘୁଚାପ। ମିଆଁମାର ଉପକୂଳରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ଠାରୁ ୪.୫ କିଲୋମିଟରରୁ ୫.୮ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ୟ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଏହି ଲଘୁଚାପ ପ୍ରଭାବରେ ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା ରହିଛି।  ୨୩ରୁ ୨୪ ତାରିଖ ମଧ୍ୟରେ ଉପକୂଳ-ଆଭ୍ୟନ୍ତରୀଣ ଜିଲ୍ଲାମାନଙ୍କରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ-ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ସୂଚନା ରହିଛି । ଉତ୍ତର, ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାରେ ୭୦ରୁ ୧୧୦ ମିଲିମିଟର ପର୍ୟ୍ୟନ୍ତ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଅନ୍ୟପଟେ ବର୍ଷା ନେଇ ସମ୍ଭାବିତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୩ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ, କନ୍ଧମାଳ, କଳାହାଣ୍ଡି ପ୍ରଭୃତି ୧୬ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ୨୪ରୁ ୨୫ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ହେଲା ଗଜପତି, ଗଞ୍ଜାମ, ଢେଙ୍କାନାଳ, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିର, କଳାହାଣ୍ଡି, ରାୟଗଡ଼ା, କରୋପୁଟ, ନୂଆପଡ଼ା, ନବରଙ୍ଗପୁର, ମାଲକାନଗିରି। ଏ ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେପଟେ ରାଜ୍ୟରେ ସକ୍ରିୟ ମୌସୁମୀ ଓ ଏକାଧିକ ଲଘୁଚାପ ଯୋଗୁ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଜୁନ ୧ରୁ ଅଗଷ୍ଟ ୨୧ ମଧ୍ୟରେ ରାଜ୍ୟର ସ୍ୱାଭାବିକ ଠାରୁ ୧୫% ଅଧିକ ବର୍ଷା ହୋଇଥିବା ଆଜି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି।ଚଳିତ ମୌସୁମୀ ସିଜନର ଆରମ୍ଭରୁ ଭଲ ବର୍ଷା ହୋଇ ନଥିଲା। ହେଲେ ଏବେ ବଙ୍ଗୋପସାଗରରେ ବାରମ୍ବାର ଲଘୁଚାପ ସୃଷ୍ଟି ହେବାରୁ ବର୍ଷାର ପରିମାଣ ବଢ଼ିଛି। ସେହିପରି ଲଘୁଚାପ ଯୋଗୁ ମୌସୁମୀ ମଧ୍ୟ ସକ୍ରିୟ ହୋଇଛି। ସ୍ଥିତି ଏପରି ହୋଇଛି ଯେ ଉପକୂଳ ଠାରୁ ଆରମ୍ଭ କରି ଉତ୍ତର ଓଡ଼ିଶାର ଏକାଧିକ ଜିଲ୍ଲାରେ ଭୟଙ୍କର ବନ୍ୟା ସମସ୍ୟା ଦେଖାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୁନ୍‌ ୧ରୁ ଅଗଷ୍ଟ ୨୧ ମଧ୍ୟରେ ମୋଟ ୯୩୪.୨ ମିଲିମିଟର ବର୍ଷା ସମଗ୍ର ରାଜ୍ୟରେ ହୋଇଛି। ଏହି ସମୟରେ ସାଧାରଣତଃ ୮୧୧.୯ ମିମି ବର୍ଷା ରେକର୍ଡ ହେବା କଥା। କିନ୍ତୁ ଚଳିତ ଥର ସ୍ୱାଭାବିକ ଠାରୁ ୧୫% ଅଧିକ ବର୍ଷା ରେକର୍ଡ କରାଯାଇଛି। କନ୍ଧମାଳ ଜିଲ୍ଲାରେ ସବୁଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି। ଏଠାରେ ସ୍ୱାଭାବିକ ଠାରୁ ଅଧିକ ୭୩% ବର୍ଷା ରେକର୍ଡ ହୋଇଛି।ଏହାପଛକୁ ବୌଦ୍ଧରେ ସ୍ୱାଭାବିକ ଠାରୁ ଅଧିକ ୬୨% ବର୍ଷା ରେକର୍ଡ କରାଯାଇଛି। ସେହିପରି ଦେବଗଡ଼ରେ ୪୦%, ଢେଙ୍କାନାଳରେ ୨୯%, ଜଗତସିଂହପୁରରେ ୨୧%, ନୟାଗଡ଼ରେ ୨୨%, ନୂଆପଡ଼ାରେ ୨୦%, କୋରାପୁଟରେ ୩୦%, ରାୟଗଡ଼ାରେ ୩୩% ଓ ଗଜପତିରେ ସ୍ୱାଭାବିକ ଠାରୁ ୨୦% ଅଧିକ ବର୍ଷା ହୋଇଛି। ରାଜ୍ୟର ବାକି ୨୦ ଜିଲ୍ଲାରେ ସ୍ୱାଭବିକ ବର୍ଷା ହୋଇଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

22 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର