ରାଜ୍ୟର ୨୧ ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋଓ୍ଵାର୍ଣ୍ଣିଂ : ୨୪ ଘଣ୍ଟା ମଧ୍ୟରେ ହୋଇପାରେ ବଜ୍ରପାତ ସହ ବର୍ଷା

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏଥି ସହିତ ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନଥିବା ସମୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାର ୨୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ରାଜ୍ୟରେ […]

ଭୁବନେଶ୍ବର : ରାଜ୍ୟରେ ବର୍ତ୍ତମାନ ମୌସୁମୀ ଦୁର୍ବଳ ରହିଛି। ଏଥି ସହିତ ରାଜ୍ୟ ଉପରେ ଏବେ କୌଣସି ଘୂର୍ଣ୍ଣିବଳୟ ସକ୍ରିୟ ନଥିବା ସମୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡିଶାର ୨୧ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ଭୁବନେଶ୍ୱରସ୍ଥିତ ପାଣିପାଗ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟ ସୂଚନା ଅନୁସାରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ ତାରିଖ, ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, ମାଲକାନାଗିରି ଓ କୋରପୁଟ ପ୍ରଭୃତି ୨୧ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଆଜି ଅପରାହ୍ନରେ କଟକ ଓ ଭୁବନେଶ୍ବରରେ ବର୍ଷା ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ କଟକ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆକାଶ ଆଶିଂକ ମେଘୁଆ ରହିବା ସହ ଅପରାହ୍ନରୁ ସନ୍ଧ୍ୟା ମଧ୍ୟରେ ହାଲୁକା ବର୍ଷା ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି। ଏହାପରେ ଅର୍ଥାତ୍ ୨୯ ତାରିଖରୁ ପାଗ ଶୁଖିଲା ରହିବ । ଅଗଷ୍ଟ ଶେଷ ୪ ଦିନ ରାଜ୍ୟରେ ପାଗ ଶୁଖିଲା ରହିବ । ବିଶେଷ ବର୍ଷା ହେବ ନାହିଁ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶକ ଏଚ,ଆର୍ ବିଶ୍ୱାସ ସୂଚନା ଦେଇଛନ୍ତି ।

27 Aug 2022 By The Sakala

https://www.thesakala.in/latest-odisha-news/nayagarh/thunderstorm-and-rain-may-occur-within-24-hours-in-21-districts-of-the-state/article-14483
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର