ମନୋରଞ୍ଜନ
ଓଡ଼ିଶା
ସୃଷ୍ଟି ହେଲା ଲଘୁଚାପ : ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ କଲା ପାଣିପାଗ ବିଭାଗ
ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପଟି ଆହୁରି ଘନୀଭୂତ ହେବାକୁ ଥିବାରୁ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ବିଶେଷ କରି ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏଥିପାଇଁ ଏହି ଦୁଇ ଦିନ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ […]
ଭୁବନେଶ୍ୱର : ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ଲଘୁଚାପଟି ଆହୁରି ଘନୀଭୂତ ହେବାକୁ ଥିବାରୁ ବର୍ଷାର ପରିମାଣ ବୃଦ୍ଧି ହେବ ବୋଲି ଜଣାପଡ଼ିଛି। ବିଶେଷ କରି ୧୦ ଓ ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଆକଳନ କରାଯାଇଛି। ଏଥିପାଇଁ ଏହି ଦୁଇ ଦିନ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।
ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର l ଆଗାମୀ 36 ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ର ରେ ପରିଣତ ହେବାର ସମ୍ଭାବନା ରହିଛି l
— Meteorological Centre, Bhubaneswar (@mcbbsr) September 9, 2022
୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଲଘୁଚାପଟି ସନ୍ଧ୍ୟା ସୁଦ୍ଧା ଆନ୍ଧ୍ରଉପକୂଳ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ରହିଛି। କ୍ରମଶଃ ଏହା ଅଧିକ ଘନୀଭୂତ ହୋଇ ଓଡ଼ିଶା ଉପକୂଳକୁ ଆସିବ। ୧୧ ତାରିଖ ସକାଳ ଓଳି ଦକ୍ଷିଣ ଓଡ଼ିଶା ଉପକୂଳ କିମ୍ବା ସଂଲଗ୍ନ ଉତ୍ତର ଆନ୍ଧ୍ର ଉପକୂଳ ହୋଇ ଆଭ୍ୟନ୍ତର ଓଡ଼ିଶାକୁ ଯିବ। ଏହାର ପ୍ରଭାବରେ ୯ସନ୍ଧ୍ୟା ପର୍ଯ୍ୟନ୍ତ ଉପକୂଳ ଜିଲ୍ଲା ଓ ସଂଲଗ୍ନ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବ। ଶୁକ୍ରବାର ରାତିଠାରୁ ବର୍ଷାର ପ୍ରଭାବ ବଢ଼଼ିବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ଆଜି ଲଘୁଚାପ ପ୍ରଭାବରେ ୪ ଜିଲ୍ଲା, କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ କଳାହାଣ୍ଡି, ଜଗତସିଂହପୁର, କଟକ, ଖୋର୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
୧୦ ତାରିଖରେ ୧୧ ଜିଲ୍ଲା, ୧୧ ତାରିଖରେ ୧୦ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି କଲା ପାଣିପାଗ ବିଭାଗ
ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର, ଆହୁରି ଘନୀଭୂତ ହୋଇ ୪୮ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେବା ସମ୍ଭାବନା pic.twitter.com/6a8U8pWqkp
— PIB in Odisha (@PIBBhubaneswar) September 8, 2022
୧୦ରେ ଉପକୂଳରେ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ଗଞ୍ଜାମ, ନୟାଗଡ଼, ଭଦ୍ରକ ଓ ବାଲେଶ୍ୱରରେ ମଧ୍ୟମରୁ ଭାରି ବର୍ଷା ହେବ। ୧୧ରେ ଗଞ୍ଜାମ ଓ ନୟାଗଡ଼ରେ କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ପୁରୀ ଓ ଖୋର୍ଦ୍ଧାରେ ପ୍ରାୟତଃ ପ୍ରବଳ ଏବଂ ଅନ୍ୟାନ୍ୟ ଉପକୂଳ ଓ ସଂଲଗ୍ନ ଜିଲ୍ଲାରେ ମଧ୍ୟମ ବର୍ଷା ହେବ। ୧୧ ସନ୍ଧ୍ୟା ପରେ ଆଭ୍ୟନ୍ତରୀଣ ଓଡ଼ିଶାରେ ମଧ୍ୟମ ଓ ସ୍ଥାନେ ସ୍ଥାନେ ଭାରି ବର୍ଷା ସହ ୧୨ରେ ଉତ୍ତର-ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ବର୍ଷା ଲାଗି ରହିପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।
ପର ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ହୋଇଛି। ଯାହାଦ୍ୱାରା ରାଜ୍ୟରେ ଅନ୍ତତଃ ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଶୁକ୍ରବାର କୋରାପୁଟ, କନ୍ଧମାଳ, ଗଜପତି ଓ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ଓ ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି।






