ଆସୁଛି ଆଉ ଏକ ଲଘୁଚାପ, ୧୮ରୁ ପୁଣି ବର୍ଷା

The Sakala Picture
Published On

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି।  ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ […]

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି।  ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଛତା ଜଳସମ୍ପଦ ବିଭାଗ ସହକାରୀ ଯନ୍ତ୍ରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

୧୮ , ୧୯ ଓ ୨୦ ତାରିଖ ପାଇଁ ରାଜ୍ଯର ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ୧୮ ତାରିଖ ପାଇଁ ୭ ଜିଲ୍ଲାକୁ ବର୍ଷା  ଓ ବଜ୍ରପାତ ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ।

ଆହୁରି ପଢ଼ନ୍ତୁ: ମହଙ୍ଗା ହେଲା ରୋଷେଇ ଗ୍ୟାସ୍: ଘରୋଇ ସିଲିଣ୍ଡର ପିଛା ବଢିଲା ୬୦ ଟଙ୍କା, କମର୍ସିଆଲ୍ ୧୧୫ଟଙ୍କା ବୃଦ୍ଧି

୧୯ ତାରିଖ ପାଇଁ  ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

୨୦ ତାରିଖ ପାଇଁ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁୃ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ ଓ ରାୟଗଡ଼ା।

16 Sep 2022 By The Sakala

ଆସୁଛି ଆଉ ଏକ ଲଘୁଚାପ, ୧୮ରୁ ପୁଣି ବର୍ଷା

ଭୁବନେଶ୍ୱର: ଖୁବ୍‌ ଶୀଘ୍ର ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୦ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ଭୁବନେଶ୍ୱରସ୍ଥିତ ପାଣିପାଗ କାର୍ଯ୍ଯାଳୟ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି।  ସେପ୍ଟେମ୍ବର ୧୮ ବେଳକୁ ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଫଳରେ ୧୮ରେ ଦକ୍ଷିଣ ଓଡ଼ିଶାରେ ଓ ୧୯ରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

୧୮ , ୧୯ ଓ ୨୦ ତାରିଖ ପାଇଁ ରାଜ୍ଯର ବିଭିନ୍ନ ଜିଲ୍ଲାରେ ବର୍ଷା  ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ୧୮ ତାରିଖ ପାଇଁ ୭ ଜିଲ୍ଲାକୁ ବର୍ଷା  ଓ ବଜ୍ରପାତ ନେଇ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୭ ଜିଲ୍ଲାଗୁଡିକ ହେଲା କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ଗଜପତି, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ।

୧୯ ତାରିଖ ପାଇଁ  ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ।

୨୦ ତାରିଖ ପାଇଁ ପ୍ରବଳ ବର୍ଷା ନେଇ ୧୬ ଜିଲ୍ଲାକୁୃ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଉକ୍ତ ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ଜଗତସିଂହପୁର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ ଓ ରାୟଗଡ଼ା।

https://www.thesakala.in/latest-odisha-news/nayagarh/another-low-pressure-is-coming-rain-again-from-18/article-15018
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର