ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ଲାଗିରହିଛି । ୧୮ରୁ ୨୦ ତାରିଖ […]

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ଲାଗିରହିଛି । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରଯାଇଛି ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‍ ଅନୁଯାୟୀ ରବିବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ,ମାଲକାନଗିରି, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ଥିବାବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

18 Sep 2022 By The Sakala

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ଶନିବାର ପୂର୍ବ କେନ୍ଦ୍ରୀୟ ପାର୍ଶ୍ବବର୍ତ୍ତୀ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆସନ୍ତା ୪୮ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ । ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସକାଳୁ ସକାଳୁ ଟ୍ଵିନ୍‌ ସିଟି ସମେତ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ ଲାଗିରହିଛି ବର୍ଷାର ପ୍ରଭାବ। କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଏବଂ କଟକ ଜିଲ୍ଲାର କିଛି ସ୍ଥାନରେ ବର୍ଷା ଲାଗିରହିଛି । ୧୮ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରଯାଇଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‍ ଅନୁଯାୟୀ ରବିବାର ୯ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ଗଞ୍ଜାମ, ଗଜପତି, କନ୍ଧମାଳ ଓ କଳାହାଣ୍ଡିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ତାରିଖରେ ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ,ମାଲକାନଗିରି, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଓ ଯାଜପୁରରେ ପ୍ରବଳ ବର୍ଷା ହେବାର ଥିବାବେଳେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୨୦ ତାରିଖରେ ୧୦ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଅନୁଗୋଳ, କନ୍ଧମାଳ, ନୟାଗଡ଼, ଢେଙ୍କାନାଳ, କଟକ ଓ ଖୋର୍ଦ୍ଧା ଜିଲ୍ଲାକୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

https://www.thesakala.in/latest-odisha-news/nayagarh/heavy-rainfall-in-odisha-due-to-low-pressure/article-15056
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର