ରାଜ୍ୟରେ ଆହୁରି ୨ ଦିନ ଜୋର୍‌ରେ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଘନୀଭୂତ ହେଉଥିବାରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଘନୀଭୂତ ହେଉଥିବାରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ୪ଟି ଗେଟ୍‍ ଖୋଲାଯାଇଛି। ଓଡ଼ିଶା ପରେ ହୀରାକୁଦର ଉପରମୁଣ୍ଡ ଛତିଶଗଡ଼ରେ ବର୍ଷା ହେବାର ଅଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ କର୍ତ୍ତୃପକ୍ଷ ୬ ଟି ଗେଟ୍‍ ସାହାଯ୍ୟରେ ଜଳ ନିଷ୍କାସନ କରୁଛନ୍ତି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ ଫୁଟ୍‍ ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜଳସ୍ତର ୬୨୯.୩ ଫୁଟ୍‍ ପହଞ୍ଚିଛି।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସକାଳ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ। ମଙ୍ଗଳବାର ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି। ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ ୮୭ ମିମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୮୮ ମିମି, ପାରାଦୀପରେ ୮୧, ଚାନ୍ଦବାଲିରେ ୪୨, ଭୁବନେଶ୍ୱରରେ ୩୭, ତାଳଚେରରେ ୪୩, ନୟାଗଡ଼ରେ ୪୫ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

20 Sep 2022 By The Sakala

ରାଜ୍ୟରେ ଆହୁରି ୨ ଦିନ ଜୋର୍‌ରେ ବର୍ଷା, ଆଜି ୯ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି। ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଏମିତି ବର୍ଷା ଜାରି ରହିବ। ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ଫଳରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଲଘୁଚାପ ଘନୀଭୂତ ହେଉଥିବାରୁ ବର୍ଷାର ପ୍ରକୋପ ବୃଦ୍ଧି ପାଇବ। ପ୍ରବଳ ବର୍ଷା ଯୋଗୁଁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ହୀରାକୁଦ ଡ୍ୟାମର ୪ଟି ଗେଟ୍‍ ଖୋଲାଯାଇଛି। ଓଡ଼ିଶା ପରେ ହୀରାକୁଦର ଉପରମୁଣ୍ଡ ଛତିଶଗଡ଼ରେ ବର୍ଷା ହେବାର ଅଛି। ଏହାକୁ ଦୃଷ୍ଟିରେ ରଖି ଡ୍ୟାମ କର୍ତ୍ତୃପକ୍ଷ ୬ ଟି ଗେଟ୍‍ ସାହାଯ୍ୟରେ ଜଳ ନିଷ୍କାସନ କରୁଛନ୍ତି। ଡ୍ୟାମର ଜଳଧାରଣ କ୍ଷମତା ୬୩୦ ଫୁଟ୍‍ ରହିଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜଳସ୍ତର ୬୨୯.୩ ଫୁଟ୍‍ ପହଞ୍ଚିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସକାଳ ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବ। ମଙ୍ଗଳବାର ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦିରେ ପ୍ରବଳ ବର୍ଷା ଆଶଙ୍କା କରି ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ଲଘୁଚାପ ଯୋଗୁଁ ସମୁଦ୍ର ଅଶାନ୍ତ ରହିଛି। ୨୦ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। ଗତ ୩୬ ଘଣ୍ଟା ମଧ୍ୟରେ ଖୋର୍ଦ୍ଧାରେ ୮୭ ମିମି ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୮୮ ମିମି, ପାରାଦୀପରେ ୮୧, ଚାନ୍ଦବାଲିରେ ୪୨, ଭୁବନେଶ୍ୱରରେ ୩୭, ତାଳଚେରରେ ୪୩, ନୟାଗଡ଼ରେ ୪୫ ମିମି ବର୍ଷା ରେକର୍ଡ କରାଯାଇଛି।

https://www.thesakala.in/latest-odisha-news/nayagarh/heavy-rainfall-expected-in-9-district-of-odisha-today/article-15110
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର