ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବ। ରାଜ୍ୟ ଉପରେ ଏକ ଗୁରୁଚାପ-ବଳୟ ପ୍ରଭାବ ରହିଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଜାରି ରହିଛି। ଏଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିଥିବା ବେଳେ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ କୁହୁଡ଼ିର ଘନତ୍ୱ ଅଧିକ ରହୁଛି। ଯହାଦ୍ୱାରା ମଧ୍ୟରାତିରୁ ସକାଳ ପ୍ରାୟ ୯ ଟା ପର୍ଯ୍ୟନ୍ତ […]

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବ। ରାଜ୍ୟ ଉପରେ ଏକ ଗୁରୁଚାପ-ବଳୟ ପ୍ରଭାବ ରହିଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଜାରି ରହିଛି। ଏଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିଥିବା ବେଳେ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ କୁହୁଡ଼ିର ଘନତ୍ୱ ଅଧିକ ରହୁଛି। ଯହାଦ୍ୱାରା ମଧ୍ୟରାତିରୁ ସକାଳ ପ୍ରାୟ ୯ ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳରେ ସମସ୍ୟା ହେଉଛି। ଆହୁରି ୩ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବାକୁ ଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦିରେ ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ସେହିପରି ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦିରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି ମହାନ ଜନନାୟକ, ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ତମ ଜୟନ୍ତୀ, ଭୂମିପୁତ୍ରଙ୍କୁ ମନେ ପକାଉଛି ସାରା ରାଜ୍ୟ

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ଏସ୍‌‌ଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଯାନବାହନ ଚଳାଚଳ ବେଳେ କିପରି ଦୁର୍ଘଟଣାକୁ ଏଡ଼ାଯିବ ତାହା ସୁନିଶ୍ଚିତ କରିବାକୁ ପରିବହନ ବିଭାଗ ଓ ପୁଲିସ ବିଭାଗ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପଟେ ରାଜ୍ୟକ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେଣୁ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ଆହୁରି ପଢ଼ନ୍ତୁ: ଆଜି T-20 ବିଶ୍ଵକପର ଦ୍ଵିତୀୟ ସେମିଫାଇନାଲ: ଫାଇନାଲ ଟିକେଟ ପାଇଁ ମୁହାଁମୁହିଁ ହେବେ ଭାରତ-ଇଂଲଣ୍ଡ

20 Jan 2023 By The Sakala

ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବ। ରାଜ୍ୟ ଉପରେ ଏକ ଗୁରୁଚାପ-ବଳୟ ପ୍ରଭାବ ରହିଛି। ଏହାର ପ୍ରଭାବରେ ରାଜ୍ୟକୁ ଜଳୀୟବାଷ୍ଫପୂର୍ଣ୍ଣ ବାୟୁ ପ୍ରବେଶ ଜାରି ରହିଛି। ଏଥିପାଇଁ ରାଜ୍ୟରେ ଶୀତର ପ୍ରକୋପ କମିଥିବା ବେଳେ କୁହୁଡ଼ି ପାଇଁ ପାଗ ଅନୁକୂଳ ରହୁଛି। ବିଶେଷ କରି ଉପକୂଳବର୍ତ୍ତୀ ଜିଲ୍ଲା ସମେତ ଏହାର ସଂଲଗ୍ନ ଜିଲ୍ଲାଗୁଡ଼ିକରେ କୁହୁଡ଼ିର ଘନତ୍ୱ ଅଧିକ ରହୁଛି। ଯହାଦ୍ୱାରା ମଧ୍ୟରାତିରୁ ସକାଳ ପ୍ରାୟ ୯ ଟା ପର୍ଯ୍ୟନ୍ତ ଯାନବାହନ ଚଳାଚଳରେ ସମସ୍ୟା ହେଉଛି। ଆହୁରି ୩ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବାକୁ ଥିବା ବେଳେ ଶୁକ୍ରବାର ସକାଳ ସୁଦ୍ଧା ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ ଓ କଟକ ଆଦିରେ ଘନ କୁହୁଡ଼ି ହେବାର ଆଶଙ୍କା ରହିଛି। ସେହିପରି ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା ଓ କୋରାପୁଟ ଆଦିରେ ଘନ କୁହୁଡ଼ି ହେବ ବୋଲି ପାଣିପାଗ କେନ୍ଦ୍ର କହିଛି। ଘନ କୁହୁଡ଼ିକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କତା ଅବଲମ୍ବନ କରିବାକୁ ଏସ୍‌‌ଆରସିଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ଯାନବାହନ ଚଳାଚଳ ବେଳେ କିପରି ଦୁର୍ଘଟଣାକୁ ଏଡ଼ାଯିବ ତାହା ସୁନିଶ୍ଚିତ କରିବାକୁ ପରିବହନ ବିଭାଗ ଓ ପୁଲିସ ବିଭାଗ ସୁନିଶ୍ଚିତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପଟେ ପଟେ ରାଜ୍ୟକ ସାମୁଦ୍ରିକ ବାୟୁର ପ୍ରଭାବ ହେତୁ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେଣୁ ରାଜ୍ୟରେ ଆଗାମୀ ୪ ରୁ ୫ ଦିନ ପର୍ଯ୍ୟନ୍ତ ଶୀତର ବିଶେଷ ପ୍ରଭାବ ରହିବ ନାହିଁ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

https://www.thesakala.in/latest-odisha-news/nayagarh/heavy-fog-is-likely-for-the-next-3-days-in-various-parts-of-odisha/article-18264
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର