ଆଜିଠୁ କମିବ ପଶ୍ଚିମା ଝଡ଼ ପ୍ରଭାବ, ୧୫ ଜିଲ୍ଲାରେ ହାଲୁକା ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ । ହାଲୁକା ବର୍ଷା ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା ଓ କଟକ ପାଇଁ ସତର୍କ ସୂଚନା ଜାରି ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଲାଗି ରହିଛି। ଏହା ସହିତ କିଛି ସ୍ଥାନରେ ହାଲୁକା ବର୍ଷ […]

ଭୁବନେଶ୍ୱର: ଆଜିଠୁ କମିବ ପଶ୍ଚିମା ଝଡ଼ର ପ୍ରଭାବ । ହାଲୁକା ବର୍ଷା ନେଇ ୧୫ ଜିଲ୍ଲାକୁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର। ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କନାଳ, କନ୍ଧମାଳ, ଗଞ୍ଜାମ, ପୁରୀ, ନୟାଗଡ, ଖୋର୍ଦ୍ଧା ଓ କଟକ ପାଇଁ ସତର୍କ ସୂଚନା ଜାରି ହୋଇଛି। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ଲାଗି ରହିଛି। ଏହା ସହିତ କିଛି ସ୍ଥାନରେ ହାଲୁକା ବର୍ଷ ମଧ୍ୟ ହୋଇଥିବା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଗତ ୨୪ ଘଣ୍ଟାରେ ଦାରିଙ୍ଗବାଡ଼ିରେ ୮ ମିମି ବର୍ଷା ହୋଇଥିବା ବେଳେ କୋରାପୁଟରେ ୪ ମିମି ଓ ବହଳଦାରେ ୨.୬ ମିମି ବର୍ଷା ରେକର୍ଡ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶନିବାର ଏହି ପାଗରେ ପରିବର୍ତ୍ତନ ଆସିଲେ ମଧ୍ୟ କିଛି ସ୍ଥାନରେ କୋହଲା ପାଗ ରହିବ। ମୁଖ୍ୟତଃ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ ଓ ପୁରୀ ଆଦିରେ ହାଲୁକା ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ପଶ୍ଚିମା ଝଡ଼ ଯୋଗୁଁ ସାରା ରାଜ୍ୟରେ ତାପମାତ୍ରା ତଳ ମୁହାଁ ହୋଇଛି। ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡ଼ାରେ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଥିବା ବେଳେ ବାକି ସମସ୍ତ ସ୍ଥାନରେ ତାପମାତ୍ରା ଏହା ତଳେ ରହିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର