ରାମନବମୀ ମେଳା ଦେଖି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଗଛକୁ ପିଟିହେଲା ବାଇକ୍‌, ୩ମୃତ

The Sakala Picture
Published On

ନୟାଗଡ: ନୟାଗଡ଼ ଜିଲ୍ଲା  ଓଡ଼ଗାଁ ଥାନା ଅନ୍ତର୍ଗତ କୋମଣ୍ଡ ପଥରାସ୍ଥିତ ବୃଦ୍ଧାଶ୍ରମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛକୁ ପଟିହୋଇଛି ବାଇକ। ଫଳରେ ୩ ବାଇକୋ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ୩ ଜଣ ହେଲେ ରୋହିବାଙ୍କ ପଞ୍ଚାୟତ ମହେଶ୍ବରପୁର ଗ୍ରାମ ସ୍କୁଲ ସାହିର ମାଧବ ପ୍ରଧାନ(୨୦) , ସୂର୍ଯ୍ୟକାନ୍ତ ପ୍ରଧାନ (୧୯), ରାଜେଶ ନାୟକ  (୧୯) । ସୂଚନା ଅନୁଯାୟୀ, ଉକ୍ତ ୩ ଜଣ ବାଇକରେ ଶ୍ରୀରାମ ନବମୀ ଯାତ୍ରା ଦେଖିବା […]

ନୟାଗଡ: ନୟାଗଡ଼ ଜିଲ୍ଲା  ଓଡ଼ଗାଁ ଥାନା ଅନ୍ତର୍ଗତ କୋମଣ୍ଡ ପଥରାସ୍ଥିତ ବୃଦ୍ଧାଶ୍ରମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଗଛକୁ ପଟିହୋଇଛି ବାଇକ। ଫଳରେ ୩ ବାଇକୋ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ୩ ଜଣ ହେଲେ ରୋହିବାଙ୍କ ପଞ୍ଚାୟତ ମହେଶ୍ବରପୁର ଗ୍ରାମ ସ୍କୁଲ ସାହିର ମାଧବ ପ୍ରଧାନ(୨୦) , ସୂର୍ଯ୍ୟକାନ୍ତ ପ୍ରଧାନ (୧୯), ରାଜେଶ ନାୟକ  (୧୯) ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସୂଚନା ଅନୁଯାୟୀ, ଉକ୍ତ ୩ ଜଣ ବାଇକରେ ଶ୍ରୀରାମ ନବମୀ ଯାତ୍ରା ଦେଖିବା ପାଇଁ ଆସିଥିଲେ। ଯାତ୍ରା ଦେଖି ରାତିରେ ଘରକୁ ଫେରୁଥିବା ସମୟରେ ପଥରା ବୃଦ୍ଧାଶ୍ରମ ନିକଟରେ ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ବରେ ଥିବା ଏକ ବରଗଛକୁ ଧକ୍କା ଦେଇଥିଲେ। ଘଟଣାସ୍ଥଳରେ ସ୍ଥାନୀୟ ଲୋକେ ଉଦ୍ଧାର କରି ୩ ଗୁରୁତରଙ୍କୁ ଓଡ଼ଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିବାବେଳେ ସୂର୍ଯ୍ୟକାନ୍ତଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ରାଜେଶ ଓ ମାଧବଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ନୟାଗଡ଼ ମୂଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିଲା। ଡାକ୍ତର ସେଠାରେ ଉଭୟଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର