ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି: ୪୩.୫ ଡିଗ୍ରୀ ତାପମାତ୍ରା ସହ ବାରିପଦା ପାଲଟିଲା ରାଜ୍ୟର ସବୁଠୁ ଉତ୍ତପ୍ତ ସହର

The Sakala Picture
Published On

ଭୁ‌ବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବାରିପଦାରେ ସର୍ବାଧିକ ତାପମାତ୍ରା ୪୩.୫ ଡ଼ିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୨୫ଟି ସହରର ତାପାମାତ୍ରା ୪୦ ଡିଗ୍ରି ଅଥବା ଏଥିରୁ ଊର୍ଦ୍ଧ୍ବ ଡିଗ୍ରୀ ରେକର୍ଡ କରାଯାଇଛି । ରେକର୍ଡ କରାଯାଇଥିବା ତାପମାତ୍ର- ବାଲେଶ୍ବରରେ ୪୦, ଚାନ୍ଦବାଲିରେ ୪୧.୩, କଟକରେ ୪୧.୪, ଭୁବନେଶ୍ବରରେ ୪୦.୮, ଅନୁଗୁଳରେ ୪୨.୫, ବାରିପଦାରେ ୪୩.୫, ଝାରସୁଗୁଡ଼ାରେ ୪୧.୮, ଟିଟିଲାଗଡ଼ରେ ୪୨.୨, […]

ଭୁ‌ବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଜି ବାରିପଦାରେ ସର୍ବାଧିକ ତାପମାତ୍ରା ୪୩.୫ ଡ଼ିଗ୍ରୀ ରେକର୍ଡ ହୋଇଛି। ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟର ୨୫ଟି ସହରର ତାପାମାତ୍ରା ୪୦ ଡିଗ୍ରି ଅଥବା ଏଥିରୁ ଊର୍ଦ୍ଧ୍ବ ଡିଗ୍ରୀ ରେକର୍ଡ କରାଯାଇଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

ରେକର୍ଡ କରାଯାଇଥିବା ତାପମାତ୍ର- ବାଲେଶ୍ବରରେ ୪୦, ଚାନ୍ଦବାଲିରେ ୪୧.୩, କଟକରେ ୪୧.୪, ଭୁବନେଶ୍ବରରେ ୪୦.୮, ଅନୁଗୁଳରେ ୪୨.୫, ବାରିପଦାରେ ୪୩.୫, ଝାରସୁଗୁଡ଼ାରେ ୪୧.୮, ଟିଟିଲାଗଡ଼ରେ ୪୨.୨, ସୋନପୁରରେ ୪୨.୫, ନୟାଗଡ଼ରେ ୪୦, ବୌଦ୍ଧରେ ୪୨.୫, ପାରଳାଖେମୁଣ୍ଡିରେ ୪୦.୬, ଭଦ୍ରକରେ ୪୧, ଯାଜପୁରରେ ୪୦.୨, ଢେଙ୍କାନାଳରେ ୪୦.୫, ନୂଆପଡ଼ାରେ ୪୦, ଜଗତସିଂହପୁରରେ ୪୦.୫, ରାଉରକେଲାରେ ୪୧, ସମ୍ବଲପୁରରେ ୪୧.୬, ସୁନ୍ଦରଗଡ଼ରେ ୪୧, ଫୁଲବାଣୀରେ ୪୦.୩, ହୀରାକୁଦରେ ୪୦.୬, ତାଳଚେରରେ, ଭବାନୀପାଟଣାରେ ଓ ବଲାଙ୍ଗୀରରେ ୪୨ ଡିଗ୍ରୀ ଲେଖାଏଁ ତାପମାତ୍ରା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର