ଥାଇଲାଣ୍ଡ ଉପକୂଳରେ ଲଘୁଚାପ କ୍ଷେତ୍ର; ଆଜି ଖୋର୍ଦ୍ଧା, ପୁରୀ, ନୟାଗଡରେ ଅତିପ୍ରବଳ ବର୍ଷା

The Sakala Picture
Published On

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପରବର୍ତ୍ତୀ ସମୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି। […]

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପରବର୍ତ୍ତୀ ସମୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି। ଶ୍ରୀ ଦାସଙ୍କ ଅନୁଯାୟୀ ଏହି ସମ୍ଭାବ୍ୟ ଅବପାତଟି କ୍ରମଶଃ ଘନୀଭୂତ ହୋଇ ପରବର୍ତ୍ତୀ ସମୟରେ ପଶ୍ଚିମ, ଉତ୍ତର- ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ଯାହାଫଳରେ ୧୭ ତାରିଖରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଅନ୍ୟପକ୍ଷରେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁଠାରୁ ଓଡ଼ିଶା ଉପକୂଳ ଦେଇ ଯାଇଥିବା ଟ୍ରପଲାଇନଟି ବର୍ତ୍ତମାନ ସକ୍ରିୟ ରହିଛି। ଏହି ଟ୍ରପଲାଇନ ଫଳରେ ୧୪ ତାରିଖ ଅର୍ଥାତ୍ ରବିବାର ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ନୟାଗଡ଼, ଗଜପତି, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ଗଞ୍ଜାମ ଛତ୍ରପୁରରେ ସର୍ବାଧୂକ ୧୩୭.୬ ମିଲିମିଟର ବର୍ଷା ହୋଇଥିବା ବେଳେ ଆସ୍ଫାରେ ୧୩୫.୨ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି । ଏପଟେ ଚଳିତ ମାସ ଅର୍ଥାତ୍ ଡିସେମ୍ବର ଚତୁର୍ଥ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ଲଘୁଚାପଟି ସୃଷ୍ଟି ହେବା ପରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଅନ୍ଧ୍ର ଉପକୂଳରେ ପହଞ୍ଚିବ । ସମ୍ଭବତଃ ୨୩ କିମ୍ବା ୨୪ ତାରିଖରେ ଏହି ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ୨୯ରେ ସ୍ଥଳଭାଗ ଛୁଇଁପାରେ ବୋଲି ଡ. ପଶୁପାଳକ ପୂର୍ବାନୁମାନ କରିଛନ୍ତି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, CISFର ୫୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ

14 Nov 2021 By The Sakala

ଥାଇଲାଣ୍ଡ ଉପକୂଳରେ ଲଘୁଚାପ କ୍ଷେତ୍ର; ଆଜି ଖୋର୍ଦ୍ଧା, ପୁରୀ, ନୟାଗଡରେ ଅତିପ୍ରବଳ ବର୍ଷା

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ଥାଇଲାଣ୍ଡ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଯାହା ପରବର୍ତ୍ତୀ ସମୟରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୫ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗର ଏବଂ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି। ଶ୍ରୀ ଦାସଙ୍କ ଅନୁଯାୟୀ ଏହି ସମ୍ଭାବ୍ୟ ଅବପାତଟି କ୍ରମଶଃ ଘନୀଭୂତ ହୋଇ ପରବର୍ତ୍ତୀ ସମୟରେ ପଶ୍ଚିମ, ଉତ୍ତର- ପଶ୍ଚିମ ଦିଗରେ ଗତି କରି ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଉପକୂଳରେ ପହଞ୍ଚିବ। ଯାହାଫଳରେ ୧୭ ତାରିଖରେ ଗଜପତି ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଉତ୍ତର ଆଭ୍ୟନ୍ତରୀଣ ତାମିଲନାଡୁଠାରୁ ଓଡ଼ିଶା ଉପକୂଳ ଦେଇ ଯାଇଥିବା ଟ୍ରପଲାଇନଟି ବର୍ତ୍ତମାନ ସକ୍ରିୟ ରହିଛି। ଏହି ଟ୍ରପଲାଇନ ଫଳରେ ୧୪ ତାରିଖ ଅର୍ଥାତ୍ ରବିବାର ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ନୟାଗଡ଼, ଗଜପତି, କଟକ ଓ ଜଗତସିଂହପୁର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୧୫ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ, କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିିଂ ଜାରି କରାଯାଇଛି ବୋଲି ଶ୍ରୀ ଦାସ କହିଛନ୍ତି।

ଅନ୍ୟପକ୍ଷରେ ଗତ ୨୪ ଘଣ୍ଟାରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ବର୍ଷା ହୋଇଛି। ଗଞ୍ଜାମ ଛତ୍ରପୁରରେ ସର୍ବାଧୂକ ୧୩୭.୬ ମିଲିମିଟର ବର୍ଷା ହୋଇଥିବା ବେଳେ ଆସ୍ଫାରେ ୧୩୫.୨ ମିଲିମିଟର ବର୍ଷା ହୋଇଥିବା ଜଣାପଡ଼ିଛି । ଏପଟେ ଚଳିତ ମାସ ଅର୍ଥାତ୍ ଡିସେମ୍ବର ଚତୁର୍ଥ ସପ୍ତାହରେ ଦକ୍ଷିଣ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । ଲଘୁଚାପଟି ସୃଷ୍ଟି ହେବା ପରେ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରି ଏହା ଅନ୍ଧ୍ର ଉପକୂଳରେ ପହଞ୍ଚିବ । ସମ୍ଭବତଃ ୨୩ କିମ୍ବା ୨୪ ତାରିଖରେ ଏହି ଲଘୁଚାପ ସୃଷ୍ଟି ହେବାକୁ ଥିବାବେଳେ ୨୯ରେ ସ୍ଥଳଭାଗ ଛୁଇଁପାରେ ବୋଲି ଡ. ପଶୁପାଳକ ପୂର୍ବାନୁମାନ କରିଛନ୍ତି।

https://www.thesakala.in/latest-odisha-news/nayagarh/weather-update-of-odisha-heavy-rain-fall-lashed-khordha-puri-nayagarh-today/article-6831
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର