ଦଶପଲ୍ଲା: ୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍। ଟ୍ରକ୍ ଭିତରେ ଚାପି ହୋଇ ଚାଲିଗଲା ଚାଳକଙ୍କ ଜୀବନ। ଏପରି ଏକ ମର୍ମନ୍ତୁଦ ଦୁର୍ଘଟଣା ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଘଟିଛି।
ସୂଚନା ଅନୁଯାୟୀ, ଟ୍ରକ୍ ଟି ବିଶାଖାପାଟଣାରୁ ସିମେଣ୍ଟ ନେଇ ସୁନ୍ଦରଗଡ଼ ଯାଉଥିବା ବେଳେ ଦଶପଲ୍ଲା ଥାନା ବାରିହା ପିଟା ଗାଁ ନିକଟରେ ଥିବା ଏକ କଲଭର୍ଟର ୩୦ଫୁଟ୍ ତଳକୁ ଖସି ପଡ଼ିଥିଲା। ଚାଳକ ଜଣଙ୍କ ଦୀର୍ଘ ସମୟ ଧରି ଚାପି ହୋଇ ରହିଥିଲେ। ଫଳରେ ତଙ୍କର ମୃତ୍ୟୁ ଘଟିଥିଲା। ଘଟଣା ସ୍ଥଳରେ ଦମକଳ ବାହିନୀ ପହଞ୍ଚି କଟର ସାହାଯ୍ୟରେ କାଟି ଚାଳକଙ୍କ ମୃତ ଶରୀରକୁ ବାହାର କରିବା ପାଇଁ ଉଦ୍ୟମ ଚଳାଇଛନ୍ତି।