ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ […]

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ପ୍ରକୋପରେ ବର୍ଷା ହୋଇଛି। ବର୍ଷା ସାଙ୍ଗକୁ ଭଦ୍ରକରେ ପବନର ବେଗ ୬୦ କିମିରୁ ଅଧିକ ଟପିଛି। ଭଦ୍ରକ ସମେତ ବଲାଙ୍ଗୀର, ନୟାଗଡ଼, ହୀରାକୁଦ, ବାଲେଶ୍ୱର ଆଦିରେ ବର୍ଷା ପବନ ହୋଇଛି। ନୟାଗଡ଼ରେ ସର୍ବାଧିକ ୨୮ ମିମି ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ସୋମବାର ମଧ୍ୟ ଏହି ସ୍ଥିତି ଜାରି ରହିବା ନେଇ ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହା ସହିତ ଏହି ସବୁ ଅଞ୍ଚଳରେ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

27 Mar 2023 By The Sakala

ଆଜି ୧୩ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ପୁଣି ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି। ପରବର୍ତ୍ତୀ ଦୁଇ ଦିନ ପର୍ଯ୍ୟନ୍ତ ଏହି ପଶ୍ଚିମା ଝଡ଼ର ପ୍ରଭାବ ରହିବାକୁ ଥିବା ବେଳେ ଏହା ଦ୍ୱାରା ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହିତ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ହେବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟାରେ ରାଜ୍ୟର ବିଭିନ୍ନ ସ୍ଥାନରେ ପଶ୍ଚିମା ଝଡ଼ ପ୍ରକୋପରେ ବର୍ଷା ହୋଇଛି। ବର୍ଷା ସାଙ୍ଗକୁ ଭଦ୍ରକରେ ପବନର ବେଗ ୬୦ କିମିରୁ ଅଧିକ ଟପିଛି। ଭଦ୍ରକ ସମେତ ବଲାଙ୍ଗୀର, ନୟାଗଡ଼, ହୀରାକୁଦ, ବାଲେଶ୍ୱର ଆଦିରେ ବର୍ଷା ପବନ ହୋଇଛି। ନୟାଗଡ଼ରେ ସର୍ବାଧିକ ୨୮ ମିମି ବର୍ଷା ହୋଇଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ ସୋମବାର ମଧ୍ୟ ଏହି ସ୍ଥିତି ଜାରି ରହିବା ନେଇ ପାଣିପାଗ କେନ୍ଦ୍ର କହିଛି।

ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଏହା ସହିତ ଏହି ସବୁ ଅଞ୍ଚଳରେ ପବନର ବେଗ ମଧ୍ୟ ୩୦-୪୦ କିମି ପର୍ଯ୍ୟନ୍ତ ପହଞ୍ଚିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ୟେଲୋ ଆଲର୍ଟ ଜାରି ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର