ଜାତୀୟ ପତାକା ତିଆରି କରିବାର ଦାୟିତ୍ୱ ଅର୍ପଣ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ତିନି ଜିଲ୍ଲାର ମିଶନ ଶକ୍ତି ମା’

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ […]

ଭୁବନେଶ୍ବର: ଆଜି ସଂଧ୍ୟାରେ ନବୀନ ନିବାସଠାରେ କଟକ, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାର ମିଶନ ଶକ୍ତି ଗୋଷ୍ଠୀର ମା’ ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ବାଧୀନତା ଦିବସ ପାଳନ ଅବସରରେ ମା’ ମାନେ ଜାତୀୟ ପତାକା ତିଆରି ଦାୟିତ୍ବ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟର ପ୍ରଶଂସା କରି କହିଥିଲେ ଯେ ଆପଣମାନଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସଂପୂର୍ଣ୍ଣ ଭରସା ରହିଛି। ଆପଣମାନେ ମଧ୍ୟ ଗାଁ ଗାଁରେ ବିକାଶର ନେତୃତ୍ବ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ଓ ଭରସାକୁ ସାକାର କରିପାରିଛନ୍ତି।

ଜାତୀୟ ପତାକା ତିଆରି ପରି ଏକ ମର୍ଯ୍ୟଦାପୂର୍ଣ୍ଣ ଦାୟିତ୍ବ ଅର୍ପଣ କରିଥିବାରୁ ମିଶନ ଶକ୍ତିର ମା’ ମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇ ଥିଲେ। ମିଶନ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ ବୋଲି ସେମାନେ ପ୍ରକାଶ କରିବା ସହିତ ଏଥିପାଇଁ ଆଜି ବିଭିନ୍ନ କ୍ଷେତ୍ରରେ ନିଜର ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ ।

ସୂଚନାଯୋଗ୍ୟ ଯେ, ଚଳିତ ବର୍ଷ ସ୍ବାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ବ ଦେଇଥିଲେ।

About The Author: The Sakala