ନୟାଗଡ଼ରେ ଚାଞ୍ଚଲ୍ୟ: ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

The Sakala Picture
Published On

ନୟାଗଡ଼: ନୟାଗଡ଼ ଜିଲ୍ଲା ବାରମାସୀ ଦଣ୍ଡାରେ ଚାଞ୍ଚଲ୍ୟ। ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତଦେହକୁ ଟାଉନ ଥାନା ପୁଲିସ ଉଦ୍ଧାର କରିଛି । ତେବେ ଶିଶିର ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଛନ୍ତି ନା ତାଙ୍କୁ କେହି ହତ୍ୟା କରିବା ପରେ ପୋଡ଼ିଥିବା ସନ୍ଦେହ ଘେରରେ ରହିଛି । ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଶିଶିର, ପତ୍ନୀ ନମିତା […]

ନୟାଗଡ଼: ନୟାଗଡ଼ ଜିଲ୍ଲା ବାରମାସୀ ଦଣ୍ଡାରେ ଚାଞ୍ଚଲ୍ୟ। ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତଦେହକୁ ଟାଉନ ଥାନା ପୁଲିସ ଉଦ୍ଧାର କରିଛି । ତେବେ ଶିଶିର ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଛନ୍ତି ନା ତାଙ୍କୁ କେହି ହତ୍ୟା କରିବା ପରେ ପୋଡ଼ିଥିବା ସନ୍ଦେହ ଘେରରେ ରହିଛି ।

ଆହୁରି ପଢ଼ନ୍ତୁ: ଚାନ୍ଦିପୁରରେ DRDO ପକ୍ଷରୁ ସଫଳ କ୍ଷେପଣାସ୍ତ୍ର ପରୀକ୍ଷଣ: ସୁରକ୍ଷିତ ସ୍ଥାନକୁ ଗଲେ ୧୧ ହଜାରରୁ ଅଧିକ ଲୋକ

ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଶିଶିର, ପତ୍ନୀ ନମିତା ଓ ପୁଅ ଘରେ ଥିବା ବେଳେ ହଠାତ୍ ଘରୁ ନିଆଁ ବାହାରିଥିଲା। ଶିଶିରଙ୍କ ସ୍ତ୍ରୀ ଘରୁ ବାହାରି ଚିତ୍କାର କରି ଘରେ ନିଆଁ ଲାଗିଯାଇଥିବା କହିଥିଲେ। ଉଦ୍ଧାର କରିବା ପାଇଁ ଯାଇ ଶିଶିରଙ୍କ ସ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ପୁଅର କୌଣସି କ୍ଷତି ହୋଇ ନାହିଁ । ନିଆଁ ଲାଗି ଘରେ ଥିବା ସ୍କୁଟି ସହ ଅନେକ ଆସବାବପତ୍ର ପୋଡ଼ି ଯାଇଛି। ଖବର ପାଇ ନୟାଗଡ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାରୁ ଶିଶିରଙ୍କ ମୃତ୍ୟୁ ନେଇ ନାନା ସନ୍ଦେହ ସୃଷ୍ଟି ହୋଇଛି। ଘଟଣା ସ୍ଥଳରେ ଟାଉନ ଥାନା ପୁଲିସ ପହଞ୍ଚି ତଦନ୍ତ ଚଳାଇଛି ତାଙ୍କ ପୁଅକୁ ପଚରାଉଚରା କରୁଛି। ଦୁଇ ମାସ ତଳେ ସେ ଶରଣକୁଳ ପଞ୍ଚରିଡ଼ା ରେଞ୍ଜରେ ଫରେଷ୍ଟ ଭାବେ ଯୋଗ ଦେଇଥିଲେ।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ 'ରୁଷିଆନ୍ ଗ୍ରାଣ୍ଡ୍ ସ୍ୟାଣ୍ଡ ମାଷ୍ଟର କପ୍-୨୦୨୬'

31 May 2025 By The Sakala

ନୟାଗଡ଼ରେ ଚାଞ୍ଚଲ୍ୟ: ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ନୟାଗଡ଼: ନୟାଗଡ଼ ଜିଲ୍ଲା ବାରମାସୀ ଦଣ୍ଡାରେ ଚାଞ୍ଚଲ୍ୟ। ଘର ଭିତରୁ ଫରେଷ୍ଟରଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ପଞ୍ଚରିଡ଼ା ରେଞ୍ଜର ଫରେଷ୍ଟର ଶିଶିର ସାହୁଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି। ମୃତଦେହକୁ ଟାଉନ ଥାନା ପୁଲିସ ଉଦ୍ଧାର କରିଛି । ତେବେ ଶିଶିର ନିଜ ଦେହରେ ନିଆଁ ଲଗାଇ ଜୀବନ ହାରିଛନ୍ତି ନା ତାଙ୍କୁ କେହି ହତ୍ୟା କରିବା ପରେ ପୋଡ଼ିଥିବା ସନ୍ଦେହ ଘେରରେ ରହିଛି ।

ସୂଚନା ଅନୁଯାୟୀ, ବିଳମ୍ବିତ ରାତିରେ ଶିଶିର, ପତ୍ନୀ ନମିତା ଓ ପୁଅ ଘରେ ଥିବା ବେଳେ ହଠାତ୍ ଘରୁ ନିଆଁ ବାହାରିଥିଲା। ଶିଶିରଙ୍କ ସ୍ତ୍ରୀ ଘରୁ ବାହାରି ଚିତ୍କାର କରି ଘରେ ନିଆଁ ଲାଗିଯାଇଥିବା କହିଥିଲେ। ଉଦ୍ଧାର କରିବା ପାଇଁ ଯାଇ ଶିଶିରଙ୍କ ସ୍ତ୍ରୀ ସାମାନ୍ୟ ଆହତ ହୋଇଥିବା ବେଳେ ପୁଅର କୌଣସି କ୍ଷତି ହୋଇ ନାହିଁ । ନିଆଁ ଲାଗି ଘରେ ଥିବା ସ୍କୁଟି ସହ ଅନେକ ଆସବାବପତ୍ର ପୋଡ଼ି ଯାଇଛି। ଖବର ପାଇ ନୟାଗଡ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲା। ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାରୁ ଶିଶିରଙ୍କ ମୃତ୍ୟୁ ନେଇ ନାନା ସନ୍ଦେହ ସୃଷ୍ଟି ହୋଇଛି। ଘଟଣା ସ୍ଥଳରେ ଟାଉନ ଥାନା ପୁଲିସ ପହଞ୍ଚି ତଦନ୍ତ ଚଳାଇଛି ତାଙ୍କ ପୁଅକୁ ପଚରାଉଚରା କରୁଛି। ଦୁଇ ମାସ ତଳେ ସେ ଶରଣକୁଳ ପଞ୍ଚରିଡ଼ା ରେଞ୍ଜରେ ଫରେଷ୍ଟ ଭାବେ ଯୋଗ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର