ବସ୍‌-ଗ୍ୟାସ୍‌ ଟ୍ୟାଙ୍କର ମୁହାଁମୁହିଁ ଧକ୍କା: ଟ୍ୟାଙ୍କର ଚାଳକ ମୃତ, ୨୦ରୁ ଅଧିକ ଯାତ୍ରୀ ଆହତ

The Sakala Picture
Published On

ନୟାଗଡ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକରା ଘାଟିରେ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ଟ୍ୟାଙ୍କର ଚାଳକ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ ଚାଳକ ଜଣଙ୍କ ଚାପି ହୋଇ ରହିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବା ପରେ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତ ଯାତ୍ରୀଙ୍କ ଉଦ୍ଧାର କରାଯାଇ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ […]

ନୟାଗଡ : ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଅନ୍ତର୍ଗତ ଟାକରା ଘାଟିରେ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ଟ୍ୟାଙ୍କର ଚାଳକ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବସ ଚାଳକ ଜଣଙ୍କ ଚାପି ହୋଇ ରହିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରିବା ପରେ ମେଡିକାଲରେ ଭର୍ତ୍ତି କରିଛନ୍ତି। ଆହତ ଯାତ୍ରୀଙ୍କ ଉଦ୍ଧାର କରାଯାଇ ଦଶପଲ୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ଅନ୍ୟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାରକାର୍ଯ୍ଯସହ ତଦନ୍ତ ଆରମ୍ଭ କରିଛନ୍ତି। ବସରେ ପ୍ରାୟ ୬୦ ଯାତ୍ରୀ ଯାତ୍ରା କରୁଥିବା ବେଳେ ବସଟି କଣ୍ଟାମାଳରୁ ଜଟଣୀ ଅଭିମୁଖେ ଯାଉଥିଲା।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର