୪ ଜିଲ୍ଲାରେ ପ୍ରବଳ ବର୍ଷା ଓ ପବନ : ସତର୍କ କଲା ପାଣିପାଗ ବିଭାଗ, ବନ୍ଦର ଗୁଡିକ ପାଇଁ ଜାରିହେଲା ୩ନମ୍ବର ବିପଦ ସଂକେତ

The Sakala Picture
Published On

ଭୁବନେଶ୍ବର : ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସକାଳେ ଅବପାତରେ ପରିଣତ ହୋଇଥିବା ବେଳେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏବେ ଏହା ବାଲେଶ୍ୱରରୁ ପୂର୍ବ ଦକ୍ଷୀଣ ପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ରହିଛି । ଘଣ୍ଟା ପ୍ରତି ୨୦ […]

ଭୁବନେଶ୍ବର : ଉତ୍ତର-ପୂର୍ବ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପଟି ଆଜି ସକାଳେ ଅବପାତରେ ପରିଣତ ହୋଇଥିବା ବେଳେ ଆଗାମୀ ୬ ଘଣ୍ଟା ମଧ୍ୟରେ ଗଭୀର ଅବପାତର ରୂପ ନେବ। ଆଜି ସଂଧ୍ୟାରେ ଏହା ବାଲେଶ୍ୱର ଏବଂ ସାଗର ଦ୍ୱୀପ ମଧ୍ୟରେ ଗଭୀର ଅବପାତ ଭାବେ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏବେ ଏହା ବାଲେଶ୍ୱରରୁ ପୂର୍ବ ଦକ୍ଷୀଣ ପୂର୍ବ ଦିଗରେ ୨୦୦ କିଲୋମିଟର ଦୂରରେ ରହିଛି । ଘଣ୍ଟା ପ୍ରତି ୨୦ କିଲୋମିଟର ବେଗରେ ଏହା ଉପକୂଳ ଅଭିମୁଖେ ଅଗ୍ରସର ହେଉଛି । ଏହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଗଲାଣି ବର୍ଷା । ଆଜି ଓ କାଲି ଦୁଇ ଦିନ ଧରି ପ୍ରବଳ ବର୍ଷା ହେବ । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୪ ଜିଲ୍ଲା ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଏବଂ ଭଦ୍ରକ। ସେହିପରି ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାମାନଙ୍କରେ ୫୫ରୁ ୬୫ କିମ ବେଗରେ ପବନ ବହିବା ନେଇ ଆଶଙ୍କା କରାଯାଉଛି । କେବଳ ସେତିକି ନୁହେଁ ୭୦ କିମି ବେଗରେ ପବନ ଝଟକା ଦେଇପାରେ। ଏଥି ପାଇଁ ପାଣିପାଗ ବିଭାଗ ସତର୍କ କରିଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ


ବର୍ଷା ପବନକୁ ନେଇ ସ୍ବତନ୍ତ୍ର ରିଲିଫ କମିସନରଙ୍କ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ସହ ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀଙ୍କୁ ମଧ୍ୟ ସମୁଦ୍ର ଭିତରକୁ ଯିବା ଲାଗି ବାରଣ କରାଯାଇଛି। ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ଏସବୁ ଜିଲ୍ଲା ହେଲା କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ସମ୍ବଲପୁର,ସୋନପୁର, ବୌଦ୍ଧ, ବଲାଙ୍ଗୀର, ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଝାରସୁଗୁଡ଼ା, ବରଗଡ଼, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼,ଖୋର୍ଦ୍ଧା, ପୁରୀକୁ ୟେଲୋ ୱାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ୨୦ ତାରିଖରୁ ୨୧ତାରିଖ ସାଢେ ୮ଟା ଯାଏଁ ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି ।ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ବେବଗଡ, ସମ୍ବଲପୁର, ବରଗଡ, ସୋନପୁର ଓ ବଲାଙ୍ଗୀର ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧ, କଳାହାଣ୍ଡି, ନୂଆପଡା, ନବରଙ୍ଗପୁର ଓ ଢେଙ୍କାନାଳ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାର ପ୍ରଭାବରେ ପବନର ବେଗ ୪୫ରୁ ୫୫ କିଲୋମିଟର ରହିପାରେ । କିଛି ଅଞ୍ଚଳରେ ଏହା ୭୫ କିଲୋମିଟର ବେଗ ପର୍ଯ୍ୟନ୍ତ ରହିପାରେ ।


ସେପେଟ ଆଜି ନୂଆଦିଲ୍ଲୀରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ଗଭୀର ଅବପାତ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ନିକଟସ୍ଥ ବାଙ୍ଗଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ପବନର ବେଗ ଘଣ୍ଟା ପ୍ରତି ୫୫ରୁ ୬୫ କିମି ରହିଛି। ବେଳେବେଳେ ଘଣ୍ଟା ପ୍ରତି ୭୫ କିମି ବେଗରେ ପବନ ପ୍ରବାହିତ ହେଉଛି। ଏହା କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଏହା ଆଜି ସନ୍ଧ୍ୟାରେ ପଶ୍ଚିମବଙ୍ଗ ଉପକୂଳ ଓ ବାଙ୍ଗଲାଦେଶ ଉପକୂଳକୁ ବାଲେଶ୍ୱର ଓ ସାଗର ଦୀପ ମଧ୍ୟରେ ଅତିକ୍ରମ କରିବ।

ଆଜି ପବନର ବେଗରେ ସେତିକି କିଛି ଫରକ ପଡ଼ିବ ନାହିଁ। ଆସନ୍ତାକାଲି ଏହା ଧୀରେ ଧୀରେ କମିବ। ଫଳରେ ୪୦ରୁ ୫୦ କିମି ବେଗରେ ଘଣ୍ଟା ପ୍ରତି ପବନ ବୋହିବ। ଏହା ପ୍ରଭାବରେ ଆସନ୍ତା କାଲି ମଧ୍ୟାହ୍ନ ପର୍ୟ୍ୟନ୍ତ ସମୁଦ୍ର ଅଶାନ୍ତ ରହିବ। ତେଣୁ ଆସନ୍ତାକାଲି ଦ୍ୱିପ୍ରହର ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ସବୁ ବନ୍ଦର ପାଇଁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି। ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜର କିଛି ଅଞ୍ଚଳରେ ପବନ ବେଗ ଆଜି ମଧ୍ୟରାତ୍ରି ପର୍ୟ୍ୟନ୍ତ ୫୫ରୁ ୬୫ କିମି ପର୍ଯ୍ୟନ୍ତ ରହିବ। ତା‘ ପରେ ବେଗ କମିବ। ପଶ୍ଚିମବଙ୍ଗରେ ଚବିଶପ୍ରଗଣା ଜିଲ୍ଲାରେ ପବନ ବେଗ ସର୍ବାଧିକ ୫୫-୬୫ କିମି ରହିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର