ରାଜ୍ଯରେ ଆଗାମୀ ୪ ଦିନ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଗତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଏହି ଲଘୁଚାପ ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୧୯ରୁ ବର୍ଷାର ପ୍ରକୋପ ବଢ଼ିବ ବୋଲି ଜଣାପଡ଼ିଛି।  ରାଜ୍ଯରେ ଆଗାମୀ ୪ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ […]

ଭୁବନେଶ୍ୱର: ଗତ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନା ବାନ୍ଧୁଛି। ଏହି ଲଘୁଚାପ ପ୍ରଭାବରେ ୧୮ ତାରିଖରୁ ବର୍ଷା ଆରମ୍ଭ ହେବାକୁ ଥିବା ବେଳେ ୧୯ରୁ ବର୍ଷାର ପ୍ରକୋପ ବଢ଼ିବ ବୋଲି ଜଣାପଡ଼ିଛି।  ରାଜ୍ଯରେ ଆଗାମୀ ୪ ଦିନ ପର୍ଯ୍ଯନ୍ତ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଓ ଅତିପ୍ରବଳ ବର୍ଷା ହେବାର ସମ୍ଭବନା ରହିଛି। ଏ ନେଇ ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏହି ପରିପ୍ରେକ୍ଷୀରେ ୧୮ ତାରିଖ ପାଇଁ ୧୭ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାର କରାଯାଇଛି। ୧୭ ଜିଲ୍ଲାଗୁଡିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଝାରସୁଗୁଡା, ସୁଦରଗଡ଼, ସମ୍ବଲପୁର, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର ଓ କନ୍ଦ୍ରାପଡ଼ା ।

୧୯ ତାରିଖ ପାଇଁ  ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୯ ଜିଲ୍ଲାଗୁଡିକ ହେଲା- କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, ଜଗତସିଂହପୁର, କନ୍ଦ୍ରାପଡ଼। ନୟାଗଡ଼ , ଖୋର୍ଦ୍ଧା ଓ ପୁରୀ ।

 

୨୦ ତାରିଖରେ  ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ୩୦ଟି ଜିଲ୍ଲାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ଜିଲ୍ଲକାୁ ପ୍ରବଳବର୍ଷା ସମ୍ଭାବନା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅତି ପ୍ରବଳବର୍ଷା ପାଇଁ ୧୭ଟି ଜିଲ୍ଲାରକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ୨୧ ତାରିଖ ପାଇଁ ୯ ଜିଲ୍ଲାକୁ ୟେଲୋ ଓ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି। ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଲା – କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଦେବଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ ଓ କନ୍ଧମାଳ । ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଥିବା ୮  ଜିଲ୍ଲାଗୁଡିକ ହେଲା- କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼।  ଏ ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନ ଦିଆଯାଇଛି।

About The Author: The Sakala