୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ : ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି।ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି। ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ପାଇଁ […]

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି।ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: କଲେଜକୁ ପରୀକ୍ଷା ଦେବାକୁ ଯାଉଥିଲେ ଛାତ୍ରୀ, ବ୍ଲେଡରେ ଆକ୍ରମଣ କରି ଦୁର୍ବୃତ୍ତ ଫେରାର

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଉପକୂଳରେ ପ୍ରବଳ ବର୍ଷା ସହ ଝଡ ପବନ ସମ୍ଭାବନା। ଘଣ୍ଟା ପ୍ରତି ୪୫ ରୁ ୫୫ ଏବଂ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବହିବ। ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ଉଚ୍ଚ ଜୁଆର ଆସିବ। ସେଥିପାଇଁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳ ସ୍ତର ବୃଦ୍ଧି ପାଇଛି। ମାଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ଥିବା ବେଳେ ବୈତରଣୀ ନଦୀ ମଧ୍ୟ ଆଖୁଆପଦାରେ ବିପଦ ସଂକେତ ଟପିଛି। ଅନ୍ୟପକ୍ଷରେ ମହାନଦୀର ତଳ ମୁଣ୍ଡ ଓ ଉପମୁଣ୍ଡରେ ବର୍ଷା ହେବା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳ ପତ୍ତନ ବୃଦ୍ଧି ପାଉଥିବାରୁ ହୀରାକୁଦ ଡ୍ୟାମର ୩୦ଟି ଖୋଲାଯାଇଛି। ଯାହାଫଳରେ ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ସୂଚନା ଦେଇଛନ୍ତି।

13 Aug 2022 By The Sakala

୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ : ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ

ଭୁବନେଶ୍ବର : ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଘନିଭୂତ ହେଉଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ। ଅବପାତ ରୂପ ନେବା ପରେ ଛତିଶଗଡ଼ ମୁହାଁ ହେବ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଅଛି।ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ଏହି ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗ ସୂଚନା ଅନୁସାରେ ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଉପକୂଳରେ ପ୍ରବଳ ବର୍ଷା ସହ ଝଡ ପବନ ସମ୍ଭାବନା। ଘଣ୍ଟା ପ୍ରତି ୪୫ ରୁ ୫୫ ଏବଂ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବହିବ। ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ଉଚ୍ଚ ଜୁଆର ଆସିବ। ସେଥିପାଇଁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି।

ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ନଦୀରେ ଜଳ ସ୍ତର ବୃଦ୍ଧି ପାଇଛି। ମାଥାନୀଠାରେ ଜଳକା ନଦୀ ବିପଦ ସଙ୍କେତ ଉପରେ ଥିବା ବେଳେ ବୈତରଣୀ ନଦୀ ମଧ୍ୟ ଆଖୁଆପଦାରେ ବିପଦ ସଂକେତ ଟପିଛି। ଅନ୍ୟପକ୍ଷରେ ମହାନଦୀର ତଳ ମୁଣ୍ଡ ଓ ଉପମୁଣ୍ଡରେ ବର୍ଷା ହେବା ଯୋଗୁ ମହାନଦୀର ଜଳସ୍ତର ବୃଦ୍ଧି ପାଉଛି। ଜଳ ପତ୍ତନ ବୃଦ୍ଧି ପାଉଥିବାରୁ ହୀରାକୁଦ ଡ୍ୟାମର ୩୦ଟି ଖୋଲାଯାଇଛି। ଯାହାଫଳରେ ମହାନଦୀରେ ଛୋଟ ଧରଣର ବନ୍ୟା ଆଶଙ୍କା ରହିଛି ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ରଙ୍କ ସୂଚନା ଦେଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର