ଆଜିଠୁ ଦୁଇଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆଶଙ୍କା, ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ୱର: ମଙ୍ଗଳବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, […]

ଭୁବନେଶ୍ୱର: ମଙ୍ଗଳବାରଠାରୁ ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତି ମିଆଁମାର ଉପକୂଳରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୪.୫ ରୁ ୫.୮ କିମି ଉଚ୍ଚରେ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଛି। ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ କନ୍ଧମାଳରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ସେହିପରି ବୁଧବାର ମଧ୍ୟ ଅନେକ ଜିଲ୍ଲାରେ ବର୍ଷା ହେବା ନେଇ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ଚାପରେ ବିକ୍ରମ ପଣ୍ଡାଙ୍କୁ ଗିରଫ କରାଯାଇଥିଲା: ବିଜେଡି

ଅନ୍ୟପଟେ ସୋମବାର ସୁଦ୍ଧା ରାଜ୍ୟରେ ସ୍ୱାଭାବିକଠାରୁ ୧୪ ପ୍ରତିଶତ ଅଧିକ ବର୍ଷା ହୋଇ ସାରିଛି। ବଙ୍ଗୋପସାଗରରେ ବାରମ୍ୱାର ଲଘୁଚାପ ସୃଷ୍ଟି ହେବାରୁ ବର୍ଷାର ପରିମାଣ ବଢ଼ିଛି। ଲଘୁଚାପ ଯୋଗୁ ମୌସୁମୀ ସକ୍ରିୟ ହେବା ସହ ରାଜ୍ୟରେ ଭଲ ବର୍ଷା କରାଇଛି। ଜୁନ୍‍ରେ ପ୍ରାୟ ୪୦ ପ୍ରତିଶତ କମ୍‍ ବର୍ଷା ହୋଇଥିବା ବେଳେ ଜୁଲାଇରେ ବର୍ଷାର ପରିମାଣ ସ୍ୱାଭାବିକଠାରୁ ଅଧିକ ରହିଥିଲା। ସେହିପରି ଅଗଷ୍ଟରେ ବର୍ତ୍ତମାନ ସୁଦ୍ଧା ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇ ସାରିଛି। ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଜୁନ୍‍ ୧ରୁ ଅଗଷ୍ଟ ୨୧ ମଧ୍ୟରେ ମୋଟ ୯୪୧.୯ ମିଲିମିଟର ବର୍ଷା ହୋଇଛି। କନ୍ଧମାଳ ଜିଲ୍ଲାରେ ସବୁଠାରୁ ଅଧିକ ବର୍ଷା ହୋଇଥିବା ବେଳେ ଏଠାରେ ସ୍ୱାଭାବିକ ଠାରୁ ୭୧ ପ୍ରତିଶତ ଅଧିକ ବର୍ଷା ହୋଇଛି। ୭ ଜିଲ୍ଲାରେ ସ୍ୱାଭିବକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ବାକି ସମସ୍ତ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର