ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ରେ ଆଜି ପାଇଁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, […]

ଭୁବନେଶ୍ୱର: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୁର୍ଣ୍ଣିବଳୟ ପ୍ରଭାବରେ ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ହେବ। ବିଶେଷକରି ୨ରୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ପ୍ରକାଶ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌‌ରେ ଆଜି ପାଇଁ ରାଜ୍ୟର ପ୍ରାୟ ୧୪ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି: ୫ଟି ଆଲମିରା ଯାଞ୍ଚ ଶେଷ, ଅତ୍ୟାଧୁନିକ ୩ଡି ମ୍ୟାପିଂରେ ରହିବ ସବୁ ତଥ୍ୟ

ରବିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ ଏବଂ ଢେଙ୍କନାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ତାରିଖରେ ବର୍ଷାର ପରିମାଣ ଅପେକ୍ଷାକୃତ ବୃଦ୍ଧି ପାଇବା ସହ ପ୍ରାୟ ୧୫ଟି ଜିଲ୍ଲାରେ ଏହା ପ୍ରବଳ ମାତ୍ରାରେ ବର୍ଷିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସେହିପରି ୪ ତାରିଖରେ ୭ଟି ଜିଲ୍ଲା ଯଥା ଗଞ୍ଜାମ, ଗଡ଼ପତି, ପୁରୀ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର ଓ ନୂଆପଡ଼ାରେ ପ୍ରବଳ ବର୍ଷା ହେବ ବୋଲି କୁହାଯାଇଛି।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର