ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ଲଗାଣ ବର୍ଷା ସହ ବଜ୍ରପାତ ସମ୍ଭାବନା, ୟେଲୋଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ପରେ ଅସହ୍ୟ ଗୁଳୁଗୁଳିରେ ଲୋକେ ସିଝୁଥିବା ବେଳେ ଏଥିରୁ ଆଶ୍ୱସ୍ତି ମିଳିବାକୁ ଯାଉଛି। ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ କାଲିଠୁ ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନା ରହିଛି। ରବିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ସତର୍କତା ଜାରି କରାଯାଇଛି। ସୋମବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡିଶାରେ […]

ଭୁବନେଶ୍ବର : ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ପରେ ଅସହ୍ୟ ଗୁଳୁଗୁଳିରେ ଲୋକେ ସିଝୁଥିବା ବେଳେ ଏଥିରୁ ଆଶ୍ୱସ୍ତି ମିଳିବାକୁ ଯାଉଛି। ଆଜି ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ବେଳେ କାଲିଠୁ ରାଜ୍ୟରେ ଲଗାଣ ବର୍ଷାର ସମ୍ଭାବନା ରହିଛି। ରବିବାର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆସନ୍ତା ୪ ଦିନ ପାଇଁ ସତର୍କତା ଜାରି କରାଯାଇଛି। ସୋମବାର ଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ବିଶେଷ କରି ଉପକୂଳ ଓ ଦକ୍ଷିଣ ଓଡିଶାରେ ଲଗାଣ ବର୍ଷା ସାଙ୍ଗକୁ ଘଡଘଡି ଓ ବଜ୍ରପାତ ସମ୍ଭାବନା ଅଛି। ଫଳରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ର କହିଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଇଏମଡି ଆଜି ସନ୍ଧ୍ୟାରେ ସାରା ରାଜ୍ୟର ୨୩ଟି ଜିଲ୍ଲା ପାଇଁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି।  ସୋମବାର ନୂଆପଡା, ବଲାଙ୍ଗିର, ବରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା ଓ ସୁନ୍ଦରଗଡକୁ ଛାଡ଼ିଦେଲେ ରାଜ୍ୟବ୍ୟାପୀ ବର୍ଷା ହେବ। ବର୍ଷା ହେବାକୁ ଥିବା ସମସ୍ତ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବଜ୍ରପାତ ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ସୋମବାର ପାଇଁ ୨୩ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପଟେ ମଙ୍ଗଳବାର ରାଜ୍ୟର ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା ଓ ପୁରୀକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି ବୁଧବାର ମଧ୍ୟ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେଥିପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ ଓ କନ୍ଧମାଳକୁ ସତର୍କ କରାଯାଇଛି। ଗୁରୁବାର ବେଳକୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବୃଦ୍ଧି ପାଇବ। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଞ୍ଜାମ, ଗଜପତି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷିପାରେ।

ତେବେ ଏହି ଚାରି ଦିନ ପଶ୍ଚିମ ଓଡିଶାରେ ବର୍ଷାର ପରିମାଣ କମ ରହିବ କିମ୍ବା ଶୁଖିଲା ପାଗ ରହିବ। କିନ୍ତୁ ଦକ୍ଷିଣ ଓଡିଶାରେ ଲଗାତର ବର୍ଷା ହେବା ସମ୍ଭାବନା ରହିଛି। ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଗୋଟିଏ ଆସନ୍ତା ୬ ତାରିଖ ଓ ଅନ୍ୟଟି ୧୩ ତାରିଖ ବେଳକୁ ଆସିପାରେ। ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ। ତେବେ ୪ ତାରିଖରୁ ରାଜ୍ୟରେ ପାଗ ବଦଳିବା ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ତେବେ ଏହି ସମୟରେ ବର୍ଷାର ପରିମାଣ ବଢ଼ିବା ସମ୍ଭାବନା ରହିଛି। ସେହିପରି ୧୩ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ହୋଇପାରେ। ଏହାର ପ୍ରଭାବରେ ମଧ୍ୟ ପ୍ରବଳ ବର୍ଷା ହେବା ଆଶଙ୍କା କରାଯାଉଛି।

04 Sep 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର