ଅଧା ଓଡ଼ିଶାକୁ ଭିଜାଇବ ବର୍ଷା : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୨୫ ଜିଲ୍ଲାରେ ବଜ୍ରପାତ ସହ ବର୍ଷା, ଜାରି ହେଲା ୟେଲୋଓ୍ଵାର୍ଣ୍ଣିଂ

The Sakala Picture
Published On

ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର […]

ଭୁବନେଶ୍ବର : ସେପ୍ଟେମ୍ବର ୭ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ (ଅର୍ଥାତ୍‌ ୯ ସେପ୍ଟେମ୍ବରରେ) ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ


ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଆସନ୍ତାକାଲି ଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ଆଶଙ୍କା ଥିବା ବେଳେ ୮ ତାରିଖରୁ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି । ୯ ତାରିଖରେ ଅଧା ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି । ବିଶେଷ କରି ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, କଳାହାଣ୍ଡି, ମାଲକାନଗିରି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଦୁଇ ସପ୍ତାହ ମଧ୍ୟରେ ଦୁଇଟି ଲଘୁଚାପ ଆସୁଥିବାରୁ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ।

ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୬ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ଦକ୍ଷିଣ ଓଡ଼ିଶା, ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୨୫ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି ଯାଇଛି।


ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଂଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, କଟକ, ଖୋର୍ଦ୍ଧା, ପୁରୀ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ପ୍ରଭୃତି ୨୫ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ହଳଦିଆ ଚେତାବନୀ ବା ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର