ଆଜି ୧୩ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

The Sakala Picture
Published On

ଭୁବନେଶ୍ୱର : ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗଡ଼ିକରେ ଏହି ବର୍ଷା ହେବ ବୋଲି ଜଣାପଡ଼ିଛି। ବିଶେଷ କରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ଏହାର ପ୍ରକୋପ ଅଧିକ ରହିବାକ ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି। ପାଣିପାଗ […]

ଭୁବନେଶ୍ୱର : ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ଆଶଙ୍କା ରହିଛି। ଉପକୂଳ ଓଡ଼ିଶା ସମେତ ପାର୍ଶ୍ବବର୍ତ୍ତୀ ଜିଲ୍ଲାଗଡ଼ିକରେ ଏହି ବର୍ଷା ହେବ ବୋଲି ଜଣାପଡ଼ିଛି। ବିଶେଷ କରି ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ନୟାଗଡ଼ରେ ଏହାର ପ୍ରକୋପ ଅଧିକ ରହିବାକ ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ଏହା ପ୍ରଭାବରେ ଦିନ ତାପମାତ୍ରାରେ ବୃଦ୍ଧି ତଥା ଉଚ୍ଚ ଆର୍ଦ୍ରତା ରହୁଛି। ତେଣୁ ରାଜ୍ୟର ବିଭିନ୍ନ ସ୍ଥାନରେ ଗୁଳୁଗୁଳିର ମାତ୍ରା ବୃଦ୍ଧି ହୋଇଛି। ମଙ୍ଗଳବାର ୧୦ ଟି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଥିବା ବେଳେ ଚାନ୍ଦବାଲିରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬.୨ ଓ ମାଲକାନଗିରିରେ ତାପମାତ୍ରା ୩୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଆଗାମୀ ୫ଦିନ ଯାଏଁ ଅବସ୍ଥାନ କରିବ। ଏହି ଅବଧି ଯାଏଁ ମୌସୁମୀ ପ୍ରବାହ ଦୁର୍ବଳ ରହିବାର ସମ୍ଭାବନା ଥିବାରୁ ଉଚ୍ଚ ଦିନ ତାପମାତ୍ରା ସହ ଉପକୂଳରେ ପ୍ରଚୁର ଜଳୀୟବାଷ୍ପ ପ୍ରଭାବରେ ଗୁଳୁଗୁଳି ଜାରିରହିବାର ସମ୍ଭାବନା ରହିଛି।

31 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର