କୋଟଗଡ଼ ଘାଟିରେ ପୁଣି ଡକାୟତି, ବନ୍ଧୁକ ମୁନରେ ଦମ୍ପତିଙ୍କଠୁ ଲୁଟ୍

ନୟାଗଡ଼ : ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ କୋଟଗଡ଼ ଘାଟିରେ ପୁଣି ଡକାୟତି। ୩ ଡକାୟତଙ୍କ ଦ୍ୱାରା ଶିକାର ହେଲେ ଦମ୍ପତି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଥାନା ଅଧୀନ ଚମ୍ପାଇଲ ସାନବାଡ଼ ଗ୍ରାମର ସୁରେଶ କୁମାର ଜେନା ଏବଂ ତାଙ୍କ ପତ୍ନୀ ମାମିନା ଜେନା ଏକ ବାଇକ ଯୋଗେ ରାଜସୁନାଖଳାରୁ ରଣପୁର ଅଭିମୁଖେ ଯାଉଥିଲେ। ସକାଳୁ ଯାଉଥିବାରୁ ଏହାର ସୁଯୋଗ ନେଇ ଡକାୟତମାନେ ପିଛା କରିଥିଲେ। କୋଟଗଡ଼ ନିଛାଟିଆ ଘାଟି ରାସ୍ତାରେ ଦମ୍ପତିଙ୍କୁ ଆକ୍ରମଣ କରି […]

ନୟାଗଡ଼ : ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ କୋଟଗଡ଼ ଘାଟିରେ ପୁଣି ଡକାୟତି। ୩ ଡକାୟତଙ୍କ ଦ୍ୱାରା ଶିକାର ହେଲେ ଦମ୍ପତି। ଖୋର୍ଦ୍ଧା ଜିଲ୍ଲା ବୋଲଗଡ ଥାନା ଅଧୀନ ଚମ୍ପାଇଲ ସାନବାଡ଼ ଗ୍ରାମର ସୁରେଶ କୁମାର ଜେନା ଏବଂ ତାଙ୍କ ପତ୍ନୀ ମାମିନା ଜେନା ଏକ ବାଇକ ଯୋଗେ ରାଜସୁନାଖଳାରୁ ରଣପୁର ଅଭିମୁଖେ ଯାଉଥିଲେ। ସକାଳୁ ଯାଉଥିବାରୁ ଏହାର ସୁଯୋଗ ନେଇ ଡକାୟତମାନେ ପିଛା କରିଥିଲେ। କୋଟଗଡ଼ ନିଛାଟିଆ ଘାଟି ରାସ୍ତାରେ ଦମ୍ପତିଙ୍କୁ ଆକ୍ରମଣ କରି ବନ୍ଧୁକ ଦେଖାଇ ମାମିନାଙ୍କ ଠାରୁ ୯ ହଜାର ଟଙ୍କା ଥିବା ଏକ ଭ୍ୟାନିଟି, ଦେଢ଼ ଭରିର ଏକ ଚେନ ଏବଂ ଏକ ମୋବଇଲ ଡକାୟତମାନେ ନେଇଯାଇଛନ୍ତି।

About The Author: The Sakala