ରାଜ୍ଯରେ ଆସନ୍ତା ୩ଦିନ ମଧ୍ଯରେ ବଢ଼ିବ ରାତିର ତାପମାତ୍ରା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨-୩ ଦିନ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଯାହାଦ୍ୱାରା ବର୍ତ୍ତମାନ ତୁଳନାରେ ଥଣ୍ଡାର ପ୍ରକୋପ ହ୍ରାସ ପାଇବ। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପାଇଁ ବର୍ତ୍ତମାନ ପାଗ ଅନୁକୁଳ ରହୁଛି। ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, […]

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨-୩ ଦିନ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଯାହାଦ୍ୱାରା ବର୍ତ୍ତମାନ ତୁଳନାରେ ଥଣ୍ଡାର ପ୍ରକୋପ ହ୍ରାସ ପାଇବ। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପାଇଁ ବର୍ତ୍ତମାନ ପାଗ ଅନୁକୁଳ ରହୁଛି। ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜରେ କୁହୁଡ଼ି ଆଶଙ୍କା ରହିଛି। ସେହିପରି ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ରାୟଗଡ଼ା ଓ କୋରାପୁଟରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ମାଲକାନଗିରିରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

17 Feb 2023 By The Sakala

ରାଜ୍ଯରେ ଆସନ୍ତା ୩ଦିନ ମଧ୍ଯରେ ବଢ଼ିବ ରାତିର ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨-୩ ଦିନ ମଧ୍ୟରେ ରାତିର ତାପମାତ୍ରା ବୃଦ୍ଧି ପାଇବ। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ୩-୪ ଡିଗ୍ରୀ ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ବୃଦ୍ଧି ପାଇବ। ଯାହାଦ୍ୱାରା ବର୍ତ୍ତମାନ ତୁଳନାରେ ଥଣ୍ଡାର ପ୍ରକୋପ ହ୍ରାସ ପାଇବ। ଅନ୍ୟପଟେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ପାଇଁ ବର୍ତ୍ତମାନ ପାଗ ଅନୁକୁଳ ରହୁଛି। ଗୁରୁବାର ରାତିରୁ ଶୁକ୍ରବାର ସକାଳ ମଧ୍ୟରେ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର ଓ ମୟୂରଭଞ୍ଜରେ କୁହୁଡ଼ି ଆଶଙ୍କା ରହିଛି। ସେହିପରି ଶୁକ୍ରବାର ରାତିରୁ ଶନିବାର ସକାଳ ମଧ୍ୟରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ଅନୁଗୁଳ, ରାୟଗଡ଼ା ଓ କୋରାପୁଟରେ କୁହୁଡ଼ି ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଗତ ୨୪ ଘଣ୍ଟାରେ ମାଲକାନଗିରିରେ ରାଜ୍ୟର ସର୍ବାଧିକ ତାପମାତ୍ରା ରେକର୍ଡ ହୋଇଥିବା ବେଳେ ଏଠାରେ ତାପମାତ୍ରା ୩୬ ଡିଗ୍ରୀ ଛୁଇଁଛି।

https://www.thesakala.in/latest-odisha-news/nayagarh/night-temperature-will-increase-in-the-next-3-days/article-19007
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର