ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

Madhusudan Das Picture
Published On

ନୟାଗଡ଼: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ । ନୟାଗଡ଼ ଜିଲ୍ଲା ଇଟାମାଟି ଥାନା ଅନ୍ତର୍ଗତ ବାଉଁଶିଆପଡ଼ା ନିକଟରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭୁବନେଶ୍ୱରରୁ ନୟାଗଡ଼ ଯାଉଥିବା ଏହି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହେବା ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ଆସନ୍ତା ଅଗଷ୍ଟ ୩୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ବସ୍‌ର ସମ୍ମୁଖ ଭାଗ ସମ୍ପୂର୍ଣ୍ଣ ଚୂରମାର ହୋଇଯାଇଥିଲା। ଏହି ଘଟଣାରେ ବସ୍ ଡ୍ରାଇଭର ନିରଞ୍ଜନ ସ୍ୱାଇଁଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତ ନିରଞ୍ଜନଙ୍କ ଘର ଖୋର୍ଦ୍ଧା ଜିଲ୍ଲାର ପିଚୁକୁଳି ଗାଁରେ ବୋଲି ପୋଲିସ ପକ୍ଷରୁ ସୂଚନା ମିଳିଛି। ଗାଡ଼ି ମଧ୍ୟରେ ଚାପି ହୋଇ ରହିଯାଇଥିବା ଡ୍ରାଇଭରଙ୍କ ମୃତଦେହକୁ ବହୁ କଷ୍ଟରେ ଉଦ୍ଧାର କରାଯାଇଥିଲା।

ଆହୁରି ପଢ଼ନ୍ତୁ: ବନ୍ୟା ପାଣିରେ ଭାସି ଖବରକାଗଜ ବିକ୍ରେତା ନିଖୋଜ

ଖବର ପାଇ ସ୍ଥାନୀୟ ଲୋକେ, ଅଗ୍ନିଶମ ବାହିନୀ ଏବଂ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ। ସମସ୍ତ ଆହତ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡ଼ିଛି। ଘଟଣା ସମ୍ପର୍କରେ ଖବର ପାଇବା ପରେ ଉପ-ଜିଲ୍ଲାପାଳ ଡାକ୍ତରଖାନାରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରିବା ସହ ଆହତମାନଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିଛନ୍ତି। ଅନ୍ୟପକ୍ଷରେ, ପୋଲିସ ଏହି ଦୁର୍ଘଟଣାର କାରଣ ଖୋଜିବା ପାଇଁ ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ୨୫ ବର୍ଷ ପରେ ସମୁଦ୍ର ଗର୍ଭରୁ ବାହାରିଲା ଗଙ୍ଗା ଦେବୀ ମନ୍ଦିର ! ବାଲି ଭିତରୁ ହଠାତ୍ ଦୃଶ୍ୟମାନ ହେଲା ମନ୍ଦିରର ଚୂଡା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର