ପଶ୍ଚିମା ଝଡ ପ୍ରଭାବ: ରାଜ୍ୟରେ ଆଗାମୀ ୫ ଦିନ ଯାଏ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବ ଦେଖିବାକୁ ମିଳିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି। ତେବେ ଏହି ପଶ୍ଚିମା ଝଡ ପ୍ରଭାବରେ ୫ ଦିନ ଧରି ରାଜ୍ୟରେ ବର୍ଷା ଓ ପବନ ସମ୍ଭାବନା ରହିଛି। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ । #PressRelease on Moderate thunderstorm activity […]

ଭୁବନେଶ୍ୱର: ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବ ଦେଖିବାକୁ ମିଳିଛି। ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି। ତେବେ ଏହି ପଶ୍ଚିମା ଝଡ ପ୍ରଭାବରେ ୫ ଦିନ ଧରି ରାଜ୍ୟରେ ବର୍ଷା ଓ ପବନ ସମ୍ଭାବନା ରହିଛି। ପଶ୍ଚିମା ଝଡ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ


ଏଥିସହିତ ୧୬ ତାରଖ ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ଖୋର୍ଦ୍ଧା, ନୟାଗଡ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡା ଆଦି ୧୧ଟି ଜିଲ୍ଲାକୁ ଆଜି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୭ ତାରିଖରରାଜ୍ୟରେ କିଛି ଜିଲ୍ଲାରେ ବର୍ଷା ସହ କାଳବୈଶାଖୀ ସମ୍ଭାବନା ହିଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ର୍ରାଗଡା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନଗୁଳ, ଦେଓଗଡ, ସୁନ୍ଦରଗଡ, ମୟୂରଭଞ୍ଜ ଓ କେନ୍ଦୁଝରକୁ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। କିଛି ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ସହ ବର୍ଷା ହେବାର ଆଶଙ୍କା ରହିଛି। ଏହି ସବୁ ଜିଲ୍ଲାକୁ ୟେଲାେ ୱାର୍ଣ୍ଣିଂ ମଧ୍ୟ ଦିଆଯାଇଛି ।

୧୮ ତାରିଖ ପାଇଁ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା, ଗଜପତି,  ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ବାଲେଶ୍ବର, ଭଦ୍ରକ ଓ ଯାଜପୁର ଆଦି ଜିଲ୍ଲାରେ ପବନ ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୧୯ ତାରିଖରେ ଉପକୂଳ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନଗୁଳ, ଢେଙ୍କାନାଳ, ଖେର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳରେ ଘଡଘଡି ବର୍ଷା ସହ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏଠାରେ ୪୦ରୁ ୫୦ କିିମି ବେଗରେ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି ୨୦ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖେର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଅନୁଗୁଳ, ଢେଙ୍କାନାଳ , କେନ୍ଦୁଝର ଓ ମୟୁରଭଞ୍ଜ ଆଦି  ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର