ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା : ୩ ଦିନ ଢାଳିବ, ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି […]

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଏପ୍ରିଲ ପହିଲାରୁ ଓଡ଼ିଶାରେ ଆରମ୍ଭ ହେବ SIR ପ୍ରକ୍ରିୟା, ୯୦% ମ୍ୟାପିଂ କରାସରିଛି କହିଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗର ତତ୍‍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ୨୦ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାଦ୍ୱାରା ରବିବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବା ବେଳେ ୧୯ରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରକୋପ ରହିବାର ସମ୍ଭାବନା ରହିଛି। ଲଘୁଚାପ ଦ୍ୱାରା ୨୦ ଓ ୨୧ରେ ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଜଣାପଡ଼ିଛି। ଏହି ଦୁଇ ଦିନ ବିକ୍ଷିପ୍ତ ବର୍ଷା ହେବ ଓ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ସୋମବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି ହେବା ସହିତ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ୨୦ ଓ ୨୧ରେ ବର୍ଷା ହେବାକୁ ଥିବା ଜିଲ୍ଲା ସଂଖ୍ୟା ବଢ଼ିବା ସହ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ବର୍ଷା ସମୟରେ ସହରାଞ୍ଚଳଗୁଡ଼ିକରେ ଡ୍ରେନେଜ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟବସ୍ଥା କରିବା ସହ ଚାଷ ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖରୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପରାମର୍ଶ ଦେଇଛି। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବର୍ଷା ସମ୍ପର୍କିତ ତଥ୍ୟ ଏସ୍‍ଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବା ସହିତ ବର୍ଷା ଦ୍ୱାରା କୌଣସି କ୍ଷୟକ୍ଷତି ହେଲେ ତୁରନ୍ତ ଏହାର ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି।ଅନ୍ୟପଟେ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

19 Sep 2022 By The Sakala

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟବ୍ୟାପୀ ବର୍ଷା : ୩ ଦିନ ଢାଳିବ, ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ ପରାମର୍ଶ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଯାଇଛି। ରବିବାର ସକାଳୁ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଥିବା ବେଳେ ସନ୍ଧ୍ୟା ସୁଦ୍ଧା ବର୍ଷାର ପରିମାଣ ବୃଦ୍ଧି ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ୨୦ ତାରିଖ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଥିବାରୁ ଧୀରେ ଧୀରେ ବର୍ଷାର ପରିମାଣ ବଢ଼ିବ ବୋଲି ଆକଳନ କରାଯାଇଛି। ଆସନ୍ତା ୩ ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଉତ୍ତର ବଙ୍ଗୋପସାଗର ତତ୍‍ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ୨୦ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ତଥା ଓଡିଶା-ପଶ୍ଚିମବଙ୍ଗ ଉପକୂଳ ସମୁଦ୍ର ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାଦ୍ୱାରା ରବିବାରଠାରୁ ରାଜ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଥିବା ବେଳେ ୧୯ରେ ମଧ୍ୟ ବିଭିନ୍ନ ଜିଲ୍ଲାରେ ବର୍ଷାର ପ୍ରକୋପ ରହିବାର ସମ୍ଭାବନା ରହିଛି। ଲଘୁଚାପ ଦ୍ୱାରା ୨୦ ଓ ୨୧ରେ ସର୍ବାଧିକ ପ୍ରଭାବ ପଡ଼ିବ ବୋଲି ଜଣାପଡ଼ିଛି। ଏହି ଦୁଇ ଦିନ ବିକ୍ଷିପ୍ତ ବର୍ଷା ହେବ ଓ କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର କହିଛି।

ସୋମବାର କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ଆଶଙ୍କା ରହିଛି। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ଆଲର୍ଟ ଜାରି ହେବା ସହିତ ଗଜପତି, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଖୋର୍ଦ୍ଧା, କଟକ, ଜଗତସିଂହପୁର, ନୟାଗଡ଼, ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି। ୨୦ ଓ ୨୧ରେ ବର୍ଷା ହେବାକୁ ଥିବା ଜିଲ୍ଲା ସଂଖ୍ୟା ବଢ଼ିବା ସହ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ କେନ୍ଦ୍ରର ବୈଜ୍ଞାନିକ ଉମାଶଙ୍କର ଦାସ କହିଛନ୍ତି।

ପ୍ରବଳ ବର୍ଷା ଯୋଗୁଁ ବିଭିନ୍ନ ଜିଲ୍ଲାରେ ଭୂସ୍ଖଳନ ସାଙ୍ଗକୁ ମାଟି କାନ୍ଥ ପଡ଼ିବା ଓ କଚ୍ଚା ଘର ନଷ୍ଟ ହେବାର ଆଶଙ୍କା ରହିଛି। ତଳୁଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ସୃଷ୍ଟି ହେବା ସହ ପ୍ରବଳ ବର୍ଷା ଯୋଗୁଁ ଦୃଶ୍ୟମାନ କ୍ଷମତା ହ୍ରାସ ପାଇବାର ମଧ୍ୟ ଆଶଙ୍କା କରାଯାଇଛି। ବର୍ଷା ସମୟରେ ସହରାଞ୍ଚଳଗୁଡ଼ିକରେ ଡ୍ରେନେଜ ବ୍ୟବସ୍ଥା ପରିଚାଳନା ପାଇଁ ବ୍ୟବସ୍ଥା କରିବା ସହ ଚାଷ ଜମିରୁ ଜଳ ନିଷ୍କାସନ ବ୍ୟବସ୍ଥା କରିବା ପାଇଁ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି।

ଅନ୍ୟପଟେ ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେଣୁ ମତ୍ସ୍ୟଜୀବୀଙ୍କୁ ୨୦ ତାରିଖରୁ ସମୁଦ୍ରକୁ ଯିବା ପାଇଁ ବାରଣ କରାଯାଇଛି। ପାଣିପାଗ କେନ୍ଦ୍ରର ସୂଚନାକୁ ଆଧାର କରି ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ଏସ୍‍ଆରସିଙ୍କ କାର୍ଯ୍ୟାଳୟ ପରାମର୍ଶ ଦେଇଛି। ବିଶେଷକରି ଯେଉଁ ଜିଲ୍ଲାଗୁଡ଼ିକ ୟେଲୋ ଓ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି, ସେହି ଜିଲ୍ଲାର ଜିଲ୍ଲାପାଳମାନେ ସମସ୍ତ ପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଆବଶ୍ୟକ ପଦକ୍ଷେପ ନେବା ସହ ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ କୁହାଯାଇଛି। ବର୍ଷା ସମ୍ପର୍କିତ ତଥ୍ୟ ଏସ୍‍ଆରସିଙ୍କ କାର୍ଯ୍ୟାଳୟକୁ ଜଣାଇବା ସହିତ ବର୍ଷା ଦ୍ୱାରା କୌଣସି କ୍ଷୟକ୍ଷତି ହେଲେ ତୁରନ୍ତ ଏହାର ସୂଚନା ଦେବାକୁ ପରାମର୍ଶ ଦିଆଯାଇଛି।ଅନ୍ୟପଟେ ଦେଶରେ ମୌସୁମୀ ପ୍ରତ୍ୟାବର୍ତ୍ତନ ନେଇ ପାଗ ଅନୁକୂଳ ରହିଛି। ଆସନ୍ତା ୩ ଦିନ ମଧ୍ୟରେ ଦେଶର ଉତ୍ତର ପଶ୍ଚିମ ଭାଗରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର