ରାଜ୍ୟରେ ପ୍ରବଳ ବର୍ଷା ଓ ବନ୍ୟା ନେଇ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ଏସ୍‌ଆରସି ପ୍ରଦୀପ ଜେନା

The Sakala Picture
Published On

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଗୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହି ଲଘୁଚାପ ବର୍ତ୍ତମାନ ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ନେବ ଅବପାତର ରୂପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାଜ୍ୟରେ କିଛି ଦିନ ହେବ ପ୍ରବଳ ବର୍ଷା ସହ ମହାନଦୀର ଉପର ମୁଣ୍ଡ ଛତିଶଗଡରେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବରେ ମହାନଦୀ ଓ ବୈତରଣୀରେ ବନ୍ୟାଜଳସ୍ତର […]

ଭୁବନେଶ୍ବର : ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଗୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଏହି ଲଘୁଚାପ ବର୍ତ୍ତମାନ ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟାରେ ନେବ ଅବପାତର ରୂପ। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ରାଜ୍ୟରେ କିଛି ଦିନ ହେବ ପ୍ରବଳ ବର୍ଷା ସହ ମହାନଦୀର ଉପର ମୁଣ୍ଡ ଛତିଶଗଡରେ ମଧ୍ୟ ପ୍ରବଳ ବର୍ଷା ପ୍ରଭାବରେ ମହାନଦୀ ଓ ବୈତରଣୀରେ ବନ୍ୟାଜଳସ୍ତର ବଢିବାର ଲାଗିଛି। ତେଣୁ ବର୍ଷା ଓ ବନ୍ୟାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ କୁମାର ଜେନା ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏସ୍‌ଆରସି କହିଛନ୍ତି ଯେ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି କହିଛନ୍ତି, ବର୍ଷା ଓ ବନ୍ୟା ଯୋଗୁଁ କିଛି ସ୍ଥାନରେ ବନ୍ୟାଜଳ ସମସ୍ୟା ସୃଷ୍ଟି କରିପାରେ। ସେହିପରି ପାହାଡ଼ିଆ ସ୍ଥାନରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି। ସହରର ତଳିଆ ଅଞ୍ଚଳରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ତେଣୁ ନିଷ୍କାସନ ପାଇଁ ପ୍ରଶାସନ ପକ୍ଷରୁ ତୁରନ୍ତ ପଦକ୍ଷେପ ନେବା ପାଇଁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି। ମତ୍ସ୍ୟଜୀବୀମା‌ନଙ୍କୁ ସମୁଦ୍ର ଭିତରକୁ ବାରଣ କରାଯାଇଛି।

ସେହିପରି ଢେଙ୍କାନାଳରୁ ନେଇ କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା , ଭଦ୍ରକ, ଯାଜପୁର ଓ ପୁରୀ ଜିଲ୍ଳାକୁ ସତର୍କ ରହିବାକୁ କୁହାଯାଇଛି । ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି । ସେହିଭଳି ୧୫ ଟି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଦକ୍ଷିଣ ଓଡ଼ିଶାରେ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ କରାଯାଇଛି । ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି। ଏଣୁ ସତର୍କ ରହିବା ସହ ବନ୍ୟାପରେ କ୍ଷୟକ୍ଷତି ନେଇ ରିପୋର୍ଟ ଦେବାକୁ ଜିଲ୍ଲାପାଳମାନଙ୍କୁ ଏସ୍‌ଆରସି ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ କହିଛନ୍ତି ଯେ, ଆଜି ପାଇଁ ଉପକୂଳ ଓଡିଶାର ୭ ଜିଲ୍ଲାକୁ ରେଡ ଆଲର୍ଟ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ଢେଙ୍କାନାଳ ସାମିଲ ରହିଛି। ଏହି ସବୁ ଜିଲ୍ଲାରେ ୨୦୦ ମିଲିମିଟରରୁ ଅଧିକ ବର୍ଷା ସମ୍ଭାବନା ରହିଛି। ସେହିପରି ରାଜ୍ୟର ୧୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଅରେଞ୍ଜ ଆଲର୍ଟରେ ଥିବା ଜିଲ୍ଲାଗୁଡ଼ି ହେଲା ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, କଳାହାଣ୍ଡି, କନ୍ଧମାଳ, ଅନୁଗୁଳ, ବୌଦ୍ଧ, ସୋନପୁର, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ବରଗଡ଼। ଦକ୍ଷିଣ ଓଡ଼ିଶାର ୮ ଜିଲ୍ଲାକୁ ୟେଲୋ ଅଲର୍ଟ ଜାରି କରାଯାଇଛି।

ସେହିପରି ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୦ଟି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି। ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ବୌଦ୍ଧ, ଝାରସୁଗୁଡା, ସମ୍ବଲପୁର, ଦେବଗଡ ଏବଂ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୧ ଜିଲ୍ଲାକୁ ଅରେଞ୍ଜ ଏବଂ ୯ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି। ଉପକୂଳରେ ପ୍ରବଳ ବର୍ଷା ସହ ଝଡ ପବନ ସମ୍ଭାବନା। ଘଣ୍ଟା ପ୍ରତି ୪୫ ରୁ ୫୫ ଏବଂ ଝଟକା ପବନ ୬୫ କିଲୋମିଟର ପର୍ଯ୍ୟନ୍ତ ବହିବ। ସମୁଦ୍ର ଅଶାନ୍ତ ରହିବା ସହ ୪ରୁ ୬ ମିଟର ଉଚ୍ଚ ଜୁଆର ଆସିବ। ସେଥିପାଇଁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ହୋଇଛି। ଉପର ମହାନଦୀ, ତଳ ମହାନଦୀ, ବ୍ରାହ୍ମଣୀ ଏବଂ ବୈତରଣୀ ନଦୀରେ ବନ୍ୟା ଆଶଙ୍କା ରହିଛି।

13 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର