ରାଜ୍ଯରେ ଘନ କୁହୁଡ଼ି ପାଇଁ ୨୧ ତାରିଖ ସକାଳ ଯାଏଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଛି।  ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭାରତର ମଧ୍ୟ ଭାଗରେ ଥିବା ଗୁରୁଚାପ ବଳୟ ବର୍ତ୍ତମାନ ଉପକୂଳ ନିକଟବର୍ତ୍ତୀ ରହିଛି। ଏହା ପ୍ରଭାବରେ ରାଜ୍ୟକୁ ଯଥେଷ୍ଟ ପରିମାଣରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଯାହା ରାଜ୍ୟରେ ତାପମାତ୍ରା ବୃଦ୍ଧି କରାଇବା ସହ କୁହୁଡ଼ି ପାଇଁ ସହାୟକ ହେଉଛି। ଏହାରି ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ […]

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଆରମ୍ଭ ହୋଇଯାଇଛି।  ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଭାରତର ମଧ୍ୟ ଭାଗରେ ଥିବା ଗୁରୁଚାପ ବଳୟ ବର୍ତ୍ତମାନ ଉପକୂଳ ନିକଟବର୍ତ୍ତୀ ରହିଛି। ଏହା ପ୍ରଭାବରେ ରାଜ୍ୟକୁ ଯଥେଷ୍ଟ ପରିମାଣରେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଛି। ଯାହା ରାଜ୍ୟରେ ତାପମାତ୍ରା ବୃଦ୍ଧି କରାଇବା ସହ କୁହୁଡ଼ି ପାଇଁ ସହାୟକ ହେଉଛି। ଏହାରି ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

୧୯ ତାରିଖ ସକାଳ ପର୍ଯ୍ଯନ୍ତ ୮ ଜିଲ୍ଲାରେ ଘନ କୁହୁଡ଼ି ସମ୍ଭାବନା ରହିଛି । ଏ ନେଇ ଉକ୍ତ ଜିଲ୍ଲାଗୁଡିକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ ,କଟକ, ଖୋର୍ଦ୍ଧା, ନୟାଗଡ଼ ଓ କନ୍ଧମାଳ।

ସେହିପରି ୨୦ ତାରିଖ  ସକାଳ ପର୍ଯ୍ଯନ୍ତ ୧୪ ଟି ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଲର୍ଟ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା – କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ନୟାଗଡ଼, ଖୋର୍ଦ୍ଧା , କଟକ, ପୁରୀ, ଜଗତସିଂହପୁର, ଭଦ୍ରକ ଓ କେନ୍ଦ୍ରାପଡ଼ା ।

ସେହିପରି ୨୧ ତାରିଖ ସକାଳ ପର୍ଯ୍ଯନ୍ତ  କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଗଞ୍ଜାମ ଓ ଗଜପତି ଜିଲ୍ଲାଗୁଡିକୁ ଘନ କୁହୁଡ଼ି ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର