ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ପତ୍ର ଭରିଲେ ଦ୍ରୌପଦୀ ମୁର୍ମୁ

The Sakala Picture
Published On

ନୂଆଦିଲ୍ଲୀ: ସଂସଦ ଭବନରେ ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ସଂସଦରେ ପହଞ୍ଚିଥିଲେ ଦ୍ରୌପଦୀ । ନାମାଙ୍କନ ଦାଖଲ ସମୟରେ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପିୟୁଷ ଗୋୟେଲଙ୍କ ସମେତ ଅନେକ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଦ୍ରୌପଦୀ ମୁର୍ମୁ ତାଙ୍କ ନାମାଙ୍କନପତ୍ର […]

ନୂଆଦିଲ୍ଲୀ: ସଂସଦ ଭବନରେ ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ସଂସଦରେ ପହଞ୍ଚିଥିଲେ ଦ୍ରୌପଦୀ । ନାମାଙ୍କନ ଦାଖଲ ସମୟରେ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପିୟୁଷ ଗୋୟେଲଙ୍କ ସମେତ ଅନେକ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଦ୍ରୌପଦୀ ମୁର୍ମୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସଂସଦରେ ମହାତ୍ମା ଗାନ୍ଧୀ, ଡକ୍ଟର ବିଆର ଆମ୍ବେଦକର ଏବଂ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: ବିବାହ ବେଦୀରେ ବସିବା ପରେ ବଦଳିଗଲା ବରର ମନ, କନିଆଁକୁ ଛାଡ଼ି ପଳାଇ ଆସିଲା ପୁଅ

ସହଯୋଗୀ ଦଳଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଥମ ଓଡ଼ିଆ ମହିଳା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ତାଙ୍କ ପାଇଁ ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିଥିଲେ। ନାମାଙ୍କନ ଦାଖଲ ବେଳେ ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ପ୍ରସ୍ତାବକ ରହିଥିଲେ। ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ପ୍ରସ୍ତବାକ ରହିଛନ୍ତି। ସେହପରି ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିଥିଲେ । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଦ୍ରୌପଦୀ ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

ରାଷ୍ଟ୍ରପତି ନିର୍ବାଚନର ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୯ ଜୁନ ଥିବା ବେଳେ ୩୦ ତାରିଖ ଯାଞ୍ଚ କରାଯିବ । ଆସନ୍ତା ଜୁଲାଇ ୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସୁଯୋଗ ରହିଛି ।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

24 Jun 2022 By The Sakala

ରାଷ୍ଟ୍ରପତି ନିର୍ବାଚନ: ନାମାଙ୍କନ ପତ୍ର ଭରିଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ସଂସଦ ଭବନରେ ଏନଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଦ୍ରୌପଦୀ ମୁର୍ମୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ସଂସଦରେ ପହଞ୍ଚିଥିଲେ ଦ୍ରୌପଦୀ । ନାମାଙ୍କନ ଦାଖଲ ସମୟରେ ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ସଡ଼କ ଓ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ପିୟୁଷ ଗୋୟେଲଙ୍କ ସମେତ ଅନେକ ବହୁ ବରିଷ୍ଠ ନେତା ଉପସ୍ଥିତ ଥିଲେ। ଦ୍ରୌପଦୀ ମୁର୍ମୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିବା ପୂର୍ବରୁ ସଂସଦରେ ମହାତ୍ମା ଗାନ୍ଧୀ, ଡକ୍ଟର ବିଆର ଆମ୍ବେଦକର ଏବଂ ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

ସହଯୋଗୀ ଦଳଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କରିଛନ୍ତି ପ୍ରଥମ ଓଡ଼ିଆ ମହିଳା ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ତାଙ୍କ ପାଇଁ ବିଜେଡି, YSR କଂଗ୍ରେସ, ଜେଡିୟୁ ପରି ଦଳ ପ୍ରସ୍ତାବକ ରହିଥିଲେ। ନାମାଙ୍କନ ଦାଖଲ ବେଳେ ଓଡ଼ିଶାର ଦୁଇ ଜଣ ମନ୍ତ୍ରୀ ଟୁକୁନି ସାହୁ ଓ ଜଗନ୍ନାଥ ସାରକା ପ୍ରସ୍ତାବକ ରହିଥିଲେ। ପ୍ରାଧନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଥମ ପ୍ରସ୍ତବାକ ରହିଛନ୍ତି। ସେହପରି ରାଜ୍ୟ ବିଜେପିର ୧୦ ଜଣ ବିଧାୟକ ମଧ୍ୟ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ପାଇଁ ପ୍ରସ୍ତାବକ ରହିଥିଲେ । ଗତକାଲି ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ ଦ୍ରୌପଦୀ ।

ରାଷ୍ଟ୍ରପତି ନିର୍ବାଚନର ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ୨୯ ଜୁନ ଥିବା ବେଳେ ୩୦ ତାରିଖ ଯାଞ୍ଚ କରାଯିବ । ଆସନ୍ତା ଜୁଲାଇ ୨ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହାର ସୁଯୋଗ ରହିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର