ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ, ଅପରାହ୍ନରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

କଟକ: କଟକ ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ। ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ। ଖାନନଗରଠାରେ ନବନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚି ଏକ ନିରାଡ଼ମ୍ବର ଉତ୍ସବରେ ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିବା ସହ ଅନ୍ୟ ୧୩ ପ୍ରକଳ୍ପର ଉଦ୍‌‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ସେଥିମଧ୍ୟରୁ […]

କଟକ: କଟକ ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ। ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ। ଖାନନଗରଠାରେ ନବନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚି ଏକ ନିରାଡ଼ମ୍ବର ଉତ୍ସବରେ ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିବା ସହ ଅନ୍ୟ ୧୩ ପ୍ରକଳ୍ପର ଉଦ୍‌‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଆହୁରି ପଢ଼ନ୍ତୁ: କମ୍‌‌ ପଇସାରେ ହାଲୁକା ନିଶା: କଫ୍‌‌ ସିରପ୍‌‌ ମାୟାରେ ଟୁଇନସିଟିର ଯୁବପିଢ଼ି

ସେଥିମଧ୍ୟରୁ ଖାନନଗରସ୍ଥିତ ବସ୍‌‌ ଟର୍ମିନାଲ ୯୦.୨ କୋଟି ଟଙ୍କା ବ୍ୟୟରେ ସିଡିଏ ପକ୍ଷରୁ ନିର୍ମାଣ କରାଯାଇଛି। ସେହିପରି ଆର୍ଥିକ ଦୁର୍ବଳ ବର୍ଗ ଓ ସ୍ୱଳ୍ପ ରୋଜଗାରକ୍ଷମ ଲୋକଙ୍କ ପାଇଁ ନରଣପୁରଠାରେ ୮୮.୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୁଲଭ ଗୃହ ପ୍ରକଳ୍ପ, ୯.୭୨ କୋଟି ବ୍ୟୟରେ ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ସିଲଭରସିଟି ବୋଟ୍‌‌ କ୍ଲବ୍‌‌, ପର୍ଯ୍ୟଟନ ବିଭାଗ ଦ୍ୱାରା ୫.୨୩ କୋଟି ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ପାର୍ଶ୍ବରେ ଫୁଡ୍‌‌କୋର୍ଟ ଓ ୱାଟର ସ୍ପୋର୍ଟସ୍‌‌ ଜୋନ୍‌‌ ଏବଂ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ, ୩.୨୨ କୋଟି ବ୍ୟୟରେ ସିଏମସି ପକ୍ଷରୁ ନିର୍ମିତ ଅର୍ବାନ ହାଟ, ପୂର୍ତ୍ତ ବିଭାଗ ଦ୍ୱାରା ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣୀହାଟ କ୍ଲକ ଟାୱାର, ୨୩.୩୫ କୋଟି ବ୍ୟୟରେ ପୂର୍ତ୍ତ ବିଭାଗ ଦ୍ୱାରା ତାଳଦଣ୍ଡା ଉପରେ ନିର୍ମିତ ଏକାଧିକ ପୋଲକୁ ଉଦଘାଟନ କରିବେ।

ଆହୁରି ପଢ଼ନ୍ତୁ: କୋଟି କୋଟି ଟଙ୍କା ଟିକସ ଫାଙ୍କିବା ଅଭିଯୋଗରେ ରାଜ୍ୟର ୬ ରେସ୍ତୋରାଁରେ IT ଚଢ଼ାଉ

ସେହିଭଳି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୬୬.୬୫ କୋଟି ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ମହାନଦୀ କ୍ୟାମ୍ପସର ଏକାଡେମିକ ବ୍ଲକ ଓ ହଷ୍ଟେଲ-୧ ଏବଂ ୨, ୩୦ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂତନ ପାଠାଗାର ଏବଂ ୨୩.୮୫ କୋଟି ଟଙ୍କା ବ୍ୟୟରେ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ ଆଦି ଉଦଘାଟିତ ହେବ। ଅନ୍ୟପକ୍ଷରେ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସ୍ୱାସ୍ଥ୍ୟକେନ୍ଦ୍ର, ଗେଷ୍ଟ ହାଉସ୍‌‌, କ୍ରିକେଟ୍‌‌ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ହେବ। ସିଏମସି ପକ୍ଷରୁ ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ ଓ ସର୍ବସାଧାରଣଙ୍କ ନିମନ୍ତେ ଏକାଧିକ ପ୍ରକଳ୍ପ ଯଥା ଫୁଟପାଥ୍‌‌, ପାର୍କ, ସଂଗ୍ରହାଳୟ, ଭେଣ୍ଡିଂଜୋନ, ପାନୀୟ ଜଳ ପ୍ରକଳ୍ପ, ଶୌଚାଳୟ ଓ ବସ୍‌‌ ଷ୍ଟପ୍‌‌ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହ ପୂର୍ତ୍ତ ବିଭାଗ ପକ୍ଷରୁ ୮.୯୫ କୋଟି ଟଙ୍କା ବିନିମୟରେ ଜାତୀୟ ରାଜପଥରୁ ପୂର୍ବ ପଟ ରେଲୱେ ଷ୍ଟେସନକୁ ସଂଯୋଗ କରୁଥିବା ୪ ଲେନ୍‌‌ ବିଶିଷ୍ଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: କରୁର ଦଳାଚକଟା ମାମଲା: ଅଭିନେତା ତଥା TVK ମୁଖ୍ୟ ବିଜୟଙ୍କୁ ସିବିଆଇ ସମନ

16 Sep 2023 By The Sakala

ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ, ଅପରାହ୍ନରେ ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

କଟକ: କଟକ ବିକାଶରେ ଯୋଡ଼ି ହେବ ନୂଆ ଅଧ୍ୟାୟ। ଆଜି ଲୋକାର୍ପିତ ହେବ ରାଜ୍ୟର ପ୍ରଥମ ଅତ୍ୟାଧୁନିକ ନେତାଜୀ ବସ ଟର୍ମିନାଲ। ଖାନନଗରଠାରେ ନବନିର୍ମିତ ଅତ୍ୟାଧୁନିକ କଟକ ନେତାଜୀ ବସ୍‌‌ ଟର୍ମିନାଲ (ସିଏନବିଟି)କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଲୋକାର୍ପଣ କରିବେ। ଅପରାହ୍ନ ୪ଟା ୩୦ରେ ମୁଖ୍ୟମନ୍ତ୍ରୀ କଟକରେ ପହଞ୍ଚି ଏକ ନିରାଡ଼ମ୍ବର ଉତ୍ସବରେ ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିବା ସହ ଅନ୍ୟ ୧୩ ପ୍ରକଳ୍ପର ଉଦ୍‌‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ସେଥିମଧ୍ୟରୁ ଖାନନଗରସ୍ଥିତ ବସ୍‌‌ ଟର୍ମିନାଲ ୯୦.୨ କୋଟି ଟଙ୍କା ବ୍ୟୟରେ ସିଡିଏ ପକ୍ଷରୁ ନିର୍ମାଣ କରାଯାଇଛି। ସେହିପରି ଆର୍ଥିକ ଦୁର୍ବଳ ବର୍ଗ ଓ ସ୍ୱଳ୍ପ ରୋଜଗାରକ୍ଷମ ଲୋକଙ୍କ ପାଇଁ ନରଣପୁରଠାରେ ୮୮.୩୧ କୋଟି ଟଙ୍କା ବ୍ୟୟରେ ନିର୍ମିତ ସୁଲଭ ଗୃହ ପ୍ରକଳ୍ପ, ୯.୭୨ କୋଟି ବ୍ୟୟରେ ପର୍ଯ୍ୟଟନ ବିଭାଗ ଦ୍ୱାରା ନିର୍ମିତ ସିଲଭରସିଟି ବୋଟ୍‌‌ କ୍ଲବ୍‌‌, ପର୍ଯ୍ୟଟନ ବିଭାଗ ଦ୍ୱାରା ୫.୨୩ କୋଟି ବ୍ୟୟରେ ନିର୍ମିତ ତାଳଦଣ୍ଡା କେନାଲ ପାର୍ଶ୍ବରେ ଫୁଡ୍‌‌କୋର୍ଟ ଓ ୱାଟର ସ୍ପୋର୍ଟସ୍‌‌ ଜୋନ୍‌‌ ଏବଂ କେନାଲ ଫ୍ରଣ୍ଟ ଡେଭଲପମେଣ୍ଟ, ୩.୨୨ କୋଟି ବ୍ୟୟରେ ସିଏମସି ପକ୍ଷରୁ ନିର୍ମିତ ଅର୍ବାନ ହାଟ, ପୂର୍ତ୍ତ ବିଭାଗ ଦ୍ୱାରା ୫୪ ଲକ୍ଷ ଟଙ୍କା ବ୍ୟୟରେ ରାଣୀହାଟ କ୍ଲକ ଟାୱାର, ୨୩.୩୫ କୋଟି ବ୍ୟୟରେ ପୂର୍ତ୍ତ ବିଭାଗ ଦ୍ୱାରା ତାଳଦଣ୍ଡା ଉପରେ ନିର୍ମିତ ଏକାଧିକ ପୋଲକୁ ଉଦଘାଟନ କରିବେ।

ସେହିଭଳି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୬୬.୬୫ କୋଟି ବ୍ୟୟରେ ନିର୍ମିତ ରେଭେନ୍ସା ବିଶ୍ୱବିଦ୍ୟାଳୟ ମହାନଦୀ କ୍ୟାମ୍ପସର ଏକାଡେମିକ ବ୍ଲକ ଓ ହଷ୍ଟେଲ-୧ ଏବଂ ୨, ୩୦ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ନୂତନ ପାଠାଗାର ଏବଂ ୨୩.୮୫ କୋଟି ଟଙ୍କା ବ୍ୟୟରେ ଡିଏଭି ଏସସିବି ମେଡିକାଲ ପବ୍ଲିକ ସ୍କୁଲ ଆଦି ଉଦଘାଟିତ ହେବ। ଅନ୍ୟପକ୍ଷରେ ୧୨୩ କୋଟି ଟଙ୍କା ବ୍ୟୟରେ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟର ସ୍ୱାସ୍ଥ୍ୟକେନ୍ଦ୍ର, ଗେଷ୍ଟ ହାଉସ୍‌‌, କ୍ରିକେଟ୍‌‌ ଷ୍ଟାଡିୟମର ଭିତ୍ତିପ୍ରସ୍ତର ସ୍ଥାପନ ହେବ। ସିଏମସି ପକ୍ଷରୁ ୪୫.୧୯ କୋଟି ଟଙ୍କା ବ୍ୟୟରେ ତାଳଦଣ୍ଡା କେନାଲ ସୌନ୍ଦର୍ଯ୍ୟକରଣ ଓ ସର୍ବସାଧାରଣଙ୍କ ନିମନ୍ତେ ଏକାଧିକ ପ୍ରକଳ୍ପ ଯଥା ଫୁଟପାଥ୍‌‌, ପାର୍କ, ସଂଗ୍ରହାଳୟ, ଭେଣ୍ଡିଂଜୋନ, ପାନୀୟ ଜଳ ପ୍ରକଳ୍ପ, ଶୌଚାଳୟ ଓ ବସ୍‌‌ ଷ୍ଟପ୍‌‌ର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା ସହ ପୂର୍ତ୍ତ ବିଭାଗ ପକ୍ଷରୁ ୮.୯୫ କୋଟି ଟଙ୍କା ବିନିମୟରେ ଜାତୀୟ ରାଜପଥରୁ ପୂର୍ବ ପଟ ରେଲୱେ ଷ୍ଟେସନକୁ ସଂଯୋଗ କରୁଥିବା ୪ ଲେନ୍‌‌ ବିଶିଷ୍ଟ ରାସ୍ତାର ଭିତ୍ତିପ୍ରସ୍ତର ସ୍ଥାପନ କରାଯିବା କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର